ମର୍ମନ୍ତୁଦ ଦୁର୍ଘଟଣା: ଘାଟି ତଳକୁ ଖସିଲା ଜିପ୍

ମାଲକାନଗିରି: ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘାଟି ତଳକୁ ଖସିପଡିଲା କମାଣ୍ଡର ଜିପ । ଅଳ୍ପକେ ବର୍ତ୍ତିଲେ ୨୫ରୁ ଅଧିକ ଯାତ୍ରୀ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛି । ୨୫ ଅଧିକ ଯାତ୍ରୀ ଏକ ଜିପ୍‌ ଯୋଗେ କୋରୁକୋଣ୍ଡା ବ୍ଲକ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡ଼ାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଆସୁଥିଲେ। ଏହି ସମୟରେ ଭାରସାମ୍ୟ ହରାଇ ବାୟାପଡ଼ା ଘାଟି ଠାରେ ତଳକୁ ଖସିପଡିଲା ଜିପ୍‌। ଯାହାଫଳରେ ଜିପ୍‌ରେ ଥିବା କିଛି ଯାତ୍ରୀ ଆହତ ହୋଇଛନ୍ତି। ବାକି ଅନେକ ଯାତ୍ରୀ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସେପଟେ ଘଟଣାସ୍ଥଳରେ କୁଡୁମୁଲୁଗୁମ୍ମା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛି । ଏବେବି କିଛି ଯାତ୍ରୀ ଜିପ୍‌ରେ ଫସିରହିଥିବା ସୂଚନା ମିଳିଛି ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ