ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:୫ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଶାହଜହାଁପୁରରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ କାର୍‌କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି।

ଗତ ରାତିରେ ରିୟାସତ ନାମକ ବ୍ୟବସାୟୀ ନିଜ ପରିବାର ସହ କାର୍‌ ଯୋଗେ ହଜହାଁପୁରରୁ ଦିଲ୍ଲୀ ଅଭିମୁଖେ ଯାଉଥିଲେ। ମାତ୍ର କାର୍‌ଟି ମଦନାପୁର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ କାର୍‌ଟିକୁ ପିଟିଥିଲା।

ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ମହିଳା ଓ ଦୁଇ ଶିଶୁ ବି ଅଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ଓ ପୁଲିସ୍‌ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ କାର୍‌ ଭିତରୁ ଗୁରୁତର ଅବସ୍ଥାରେ ୫ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।ପୁଲିସ୍‌ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ଡ୍ରାଇଭରଙ୍କୁ ଅଟକ ରଖିଛି।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

    ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ