ମହାକୁମ୍ଭ ଦଳାଚକଟା ଘଟଣା – ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ପ୍ରୟାଗରାଜର ମହାକୁମ୍ଭର ସଙ୍ଗମ ଘାଟରେ ଘଟିଥିବା ଦଳାଚକଟା ଘଟଣାରେ ଉତ୍ତରପ୍ରଦେଶ ସରକାର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଆଜି ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିନି ଜଣିଆ ବିଚାର ବିଭାଗୀୟ କମିଶନ ସମଗ୍ର ମାମଲାର ତଦନ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଶ୍ରୀ ଆଦିତ୍ୟନାଥ ଗଣମାଧ୍ୟମକୁ କହିଛନ୍ତି। ସୂଚନା ଅନୁଯାୟୀ, ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

  • Related Posts

    ତିବ୍ଦତରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    ତିବ୍ଦତ: ଗୁରୁବାର ତିବ୍ଦତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ଥିବା ଜଣାପଡିଛି । ତେବେ କ୍ଷୟକ୍ଷତିର ଖବର ଏଯାଏ ହସ୍ତଗତ ହୋଇପାରିନାହିଁ । କିନ୍ତୁ ଏହଦ୍ୱାରା ହିମାଳୟ ପାର୍ବତୀୟ ଅଞ୍ଚଳର ପରିବେଶ…

    Continue reading
    ମୋଦୀଙ୍କୁ ନେତାନ୍ୟାହୁଙ୍କ ନିମନ୍ତ୍ରଣ

    ନୂଆଦିଲ୍ଲୀ: ଭାରତ ଓ ଇସ୍ରାଏଲ ମଧ୍ୟରେ ରଣନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍‌ରେ କଥା ହୋଇ ଇସ୍ରାଏଲର ସ୍ୱାଧୀନତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି