ମହାନଦୀ ଜଳ ବିବାଦ: ୨୩ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠନ ହୋଇଥିବା ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଦ୍ବିତୀୟ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନିଷ୍ପତ୍ତି ହୋଇଛି ଯେ କମିଟିର ସଦସ୍ୟମାନେ ଜାନୁଆରି ୩୧ରେ ଦୁଇଦିନିଆ ଛତିଶଗଡ଼ ଗସ୍ତରେ ଯିବେ। ସେଠାରେ ମହାନଦୀର ପ୍ରକୃତ ସ୍ଥିତି ଯାଞ୍ଚ କରିବା ସହ ମହାନଦୀ ଜଳ ବିବାଦର ଆପୋସ ସମାଧାନ ପାଇଁ ଛତିଶଗଡ଼ ସରକାରଙ୍କ ସହ ଆଲୋଚନା କରିବେ।
ଉପମୁଖ୍ୟମନ୍ତ୍ରୀ ତଥା କମିଟିର ଅଧ୍ୟକ୍ଷ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜୀବ ଭବନରେ ବସିଥିବା ଏହି ମନ୍ତ୍ରୀସ୍ତରୀୟ କମିଟି ଛତିଶଗଡ଼ ଯିବା ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯିବ। ଆସନ୍ତା ୨୩ ତାରିଖରେ ଲୋକସେବା ଭବନରେ ଏହି ‌ବୈଠକ ବସିବ। ଏଥିରେ ସମସ୍ତ ଦଳର ପ୍ରତିନିଧିଙ୍କଠାରୁ ମତାମତ ସଂଗ୍ରହ କରାଯିବ। ସେହିପରି ମହାନଦୀ ସହ ଜଡ଼ିତ ପରିବେଶବିତ୍, ସାମାଜିକ କର୍ମୀମାନଙ୍କ ସହ ମଧ୍ୟ ଏକ ବୈଠକ କରି ବିଭିନ୍ନ ଦିଗ ଉପରେ ଆଲୋଚନା କରାଯିବ। ଆଜିର ବୈଠକରେ ମହାନଦୀ ଜଳ ବିବାଦର ଆ‌େପାସ ସମାଧାନ ସହ ଅନ୍ୟାନ୍ୟ ବିକଳ୍ପ ବ୍ୟବସ୍ଥା ବାହାର କରିବାକୁ ମଧ୍ୟ ଆଲୋଚନା କରାଯାଇଛି।

ସେହିପରି ବୈଠକରେ କୁହାଯାଇଛି ଯେ ମହାନଦୀ ଜଳ ବିବାଦର ସମାଧାନ ନିମନ୍ତେ ଗଠିତ ଟ୍ରିବ୍ୟୁନାଲ୍‌ର କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୧୩ରେ ଶେଷ ହେଉଥିବାରୁ ଏହାର ଅବଧି ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଛି। ଏଥିପାଇଁ ଯୁକ୍ତି ଦର୍ଶାଯାଇଛି ଯେ ପ୍ରାୟ ୯ ମାସ ଧରି ଟ୍ରିବ୍ୟୁନାଲ୍‌ର ଅଧ୍ୟକ୍ଷ ପଦ ଖାଲି ପଡ଼ିଥିବାରୁ ଟ୍ରିବ୍ୟୁନାଲ୍‌ କାର୍ଯ୍ୟରେ ଅଗ୍ରଗତି ହୋଇପାରି ନଥିଲା। ତେଣୁ ଆହୁରି ଏକ ବର୍ଷ ପାଇଁ ଟ୍ରିବ୍ୟୁନାଲ୍‌ର ଅବଧି ବଢ଼ାଇବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଆବେଦନ କରାଯାଇଛି।
ଏହି ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ନିରଞ୍ଜନ ପୂଜାରୀ, ସୋଫିଆ ଫିର୍ଦ୍ଦୋସ, ଆଡଭୋକେଟ୍‌ ଜେନେରାଲ୍‌ ପିତାମ୍ବର ଆଚାର୍ଯ୍ୟଙ୍କ ସମେତ ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ପାଇପ ଜଳଯୋଗାଣ ନେଇ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ

    ଭୁବନେଶ୍ୱର: ଖୋରଧା ଜିଲ୍ଲା ତଥା ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା…

    Continue reading
    ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

    ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ, ବୈଜ୍ଞାନିକ ଗବେଷଣା, ପରିବେଶ ସଚେତନତା ଓ ଦାୟିତ୍ୱପୂର୍ଣ୍ଣ ଇକୋ-ଟୁରିଜମ୍‌କୁ ଅଧିକ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ରାଜ୍ୟ ସମ୍ମିଳନୀ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ