‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ ରିଲିଜ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଏହି ଆନିମେସନ ଫିଲ୍ମରେ ମହାପ୍ରଭୁଙ୍କ ସଂସ୍କୃତି, ରୀତିନୀତି ଓ ପରମ୍ପରାକୁ କଦର୍ଥ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମହେଶ ସାହୁ ପିଟିସନ କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟରେ ପକ୍ଷ ରଖିଥିଲେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଥିଲେ।

ଏହାପୂର୍ବରୁ ଓଡ଼ିଶା ହାଇକୋର୍ଟ ଏହି ଫିଲ୍ମର ମୁକ୍ତିଲାଭ ଉପରେ ରହିତାଦେଶ ଲଗାଇଥିଲେ। ଚଳଚ୍ଚିତ୍ରଟି ଜୁଲାଇ ୧୭ ତାରିଖ ଅର୍ଥାତ୍‌ ଆଜି ଥିଏଟରରେ ମୁକ୍ତିଲାଭ କରିବାର ଥିଲା। ଆବେଦନକାରୀଙ୍କ ଯୁକ୍ତି ହେଉଛି ଯେ, ଫିଲ୍ମଟି ପ୍ରଭୁ ଜଗନ୍ନାଥ ଏବଂ ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ସହିତ ଜଡିତ କିଛି ଦୃଶ୍ୟ, ସଂଳାପ ଏବଂ ଘଟଣାଗୁଡ଼ିକୁ ଧାର୍ମିକ ବିଶ୍ୱାସ, ଶାସ୍ତ୍ର ଏବଂ ପରମ୍ପରା ସହିତ ଅସଙ୍ଗତ ଭାବରେ ଦର୍ଶାଯାଇଛି। ଫିଲ୍ମର କିଛି ଅଂଶ ଭକ୍ତଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇପାରେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ