ମହାରାଷ୍ଟ୍ର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାରାଷ୍ଟ୍ରରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ୍‌ନବିସ୍‌ । ମୁମ୍ବାଇର ଆଜାଦ ମଇଦାନରେ ହେବ ଏହି ଶପଥ ଗ୍ରହଣ ସମାରୋହ । ଏଥିରେ ନିମନ୍ତ୍ରିତ ବିଶିଷ୍ଟ ଅତିଥି ଭାବେ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେବେ।

ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଆଜାଦ ମଇଦାନରେ ଅନୁଷ୍ଠିତ ହେବ । ମହାରାଷ୍ଟ୍ରରେ ଆରମ୍ଭ ହେବେ ଦେବେନ୍ଦ୍ର ଫଡନବୀସ୍ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଫଡନବୀସ୍ ଶପଥ ନେବା ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନ୍‌ସିପିି ନେତା ଅଜିତ ପାଓ୍ୱାର ଶପଥ ନେବେ । ରାଜ୍ୟରେ ୨ୟ ଥର ପାଇଁ ମହାୟୁତି ମେଣ୍ଟ ସରକାର ଗଠନ କରିବ । ଶପଥ ସମାରୋହରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ନିମନ୍ତ୍ରଣ ହୋଇଛି । ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସମାରୋହରେ ସାମିଲ ହେବେ । ତେଣୁ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଗୁରୁବାର ଦିନ ମହାରାଷ୍ଟ୍ର ଗସ୍ତ କରିବେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ