ମହିଳାଙ୍କୁ କାର୍‌ କିଣିବା ପାଇଁ ରଣ ମିଳିବ

ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ। ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ କାର୍‌ କିଣିବା ପାଇଁ ରଣ ମିଳିବ । ଏହି ଋଣର କିସ୍ତି ମହିଳା ମାନେ ୫ ବର୍ଷରେ ସୁଝିବେ।

ରାଜ୍ୟ ସରକାର ବାର୍ଷିକ ୧୧ ପ୍ରତିଶତ ହାରରେ ସୁଧ ସୁଝିବେ। ୨୧ରୁ ୪୦ ବର୍ଷର ମହିଳାଙ୍କୁ ସୁଯୋଗ ମିଳିବ। ସୁଭଦ୍ରା ହିତାଧିକାରୀ, ଏସ୍‌ଏଚ୍‌ଜି ମହିଳାଙ୍କୁ ଅଗ୍ରାଧିକାର ଦିଆଯିବ । ଗାଡ଼ି କିଣିବାର ୩ ମାସ ପରେ ଆରମ୍ଭ ହେବ ଋଣ ପରିଶୋଧ ପ୍ରକ୍ରିୟା । ସୁଧ ବାଣିଜ୍ୟ ଓ ପରିବହନ ବିଭାଗ ସୁଝିବ । ଗାଡ଼ି ଚାଳକଙ୍କ ବୀମା ବାବଦରେ ୧ ହଜାର ଟଙ୍କା ଦେବେ ସରକାର । ଗାଡ଼ି କିଣିବା ବାବଦରେ ଖର୍ଚ୍ଚ ହେବ ୧୧୦ କୋଟି । ଯୋଜନା ଠିକ୍ ଭାବେ କାର୍ୟ୍ୟକାରୀ ହେବା ପାଇଁ ଷ୍ଟିୟରିଂ କମିଟି ଗଠନ ହେବ । ପରିବହନ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଷ୍ଟିୟରିଂ କମିଟି ଗଠନ ହେବ । ସରକାର ପ୍ରତି ୩ ମାସରେ ଥରେ ମହିଳାଙ୍କ ଆୟର ହିସାବ କରିବେ । ଏବେ ସୁଦ୍ଧା ୬୨୧୬ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇଛନ୍ତି ଏବଂ ୪ଟି ଡ୍ରାଇଭିଂ ପ୍ରତିଷ୍ଠାନରେ ଟ୍ରେନିଂ ହୋଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ