ମହିଳାଙ୍କ ହାତ ମୁହଁ ବାନ୍ଧି ଦୁଷ୍କର୍ମ

ଯାଜପୁର : ଯାଜପୁରରେ ଲଜ୍ୟା। ଜଣେ କର୍ମଜୀବୀ ମହିଳାଙ୍କ ହାତ ମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇଛି ।
ଗତ ୨୨ ତାରିଖ ଦିନ ସଂଧ୍ୟା ସମୟରେ ଯାଜପୁର ଟାଉନ ଥାନା ନିକଟ ଗାନ୍ଧୀ ଛକ ଠାରେ ଜଣେ କର୍ମଜୀବୀ ମହିଳା ଘରକୁ ଯିବା ଲାଗି ଗାଡିକୁ ଅପେକ୍ଷା କରିଥିଲେ। ଏହି ସମୟରେ ଜଣେ ଅଟୋ ଚାଳକ ମହିଳାଙ୍କୁ ଘର ପାଖ ବଜାରରେ ଛାଡି ଦେବାକୁ କହି ଡାକିଥିଲେ। ପୂର୍ବରୁ ଗାଡିରେ ୨ ଜଣ ଯୁବକ ବସିଥିବା ବେଳେ ମହିଳା ଜଣକ ଗାଡିରେ ଆସିଥିଲେ। ଅଟୋରେ କିଛି ବାଟ ଗଲା ପରେ ଯୁବକ ଦ୍ବୟ ଗାଡି ଭିତରେ ମହିଳାଙ୍କ ପ୍ରତି ଦୁର୍ବ୍ୟବହାର କରିବା ସହ ଓଢଣୀରେ ତାଙ୍କ ମୁହଁ ବାନ୍ଧିବା ସହ ହାତକୁ ମଧ୍ୟ ବାନ୍ଧି ପକାଇଥିଲେ। ସେମାନେ ଯାଜପୁର ସହର ସଂଲଗ୍ନ ଏକ ନିଛାଟିଆ ଜାଗାକୁ ଗାଡି ନେଇ ଯାଇଥିବା ବେଳେ ସେଠାରେ ପୂର୍ବରୁ ୩ ଜଣ ମଦ୍ୟପ ଯୁବକ ଥିଲେ। ପରେ ସମସ୍ତେ ଗଣଦୁଷ୍କର୍ମ କରିବା ସହ ମହିଳାଙ୍କୁ ନିର୍ଧୁମ୍ ମାଡ ମାରିଥିଲେ। ମହିଳା ଦୌଡି ପଳାଇବାକୁ ଉଦ୍ୟମ କରିବାରୁ ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ । ମହିଳାଙ୍କୁ କିଛି ସ୍ଥାନୀୟ ଲୋକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ସହ ଥାନାରେ ଅଭିଯୋଗ କରିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ