ମହିଳା ଆଇଏଏସ୍‌ଙ୍କ ମହିଳା ଚାଳକ

ଭୁବନେଶ୍ବର : ରାଜ୍ୟରେ ସରକାରୀସ୍ତରରେ ଜଣେ ମହିଳା ସରକାରୀ ଗାଡ଼ି ଚାଳକ ଭାବେ ନିଯୁକ୍ତି ପାଇଛନ୍ତି ମୟୂରଭଞ୍ଜର ସନ୍ଧ୍ୟାରାଣୀ ମାଝୀ। ସେ ବରିଷ୍ଠ ଆଇଏଏସ୍‌ ତଥା ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ସରକାରୀ ଗାଡ଼ି ଚାଳକ ଭାବେ ନିଯୁକ୍ତ ହୋଇଛନ୍ତି। ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦବୀରେ କାର୍ୟ୍ୟ କରି ଆସିଥିବା ଆଇଏଏସ୍ ଶ୍ରୀମତୀ ପାଢ଼ୀ ଓଡ଼ିଶାରେ ସରକାରୀ କ୍ଷେତ୍ରରେ ପ୍ରଥମ ମହିଳା ଚାଳକ ନିଯୁକ୍ତି ଦେଇ ଏକ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ଆମ ବସ୍ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ବସ୍‌ଗୁଡ଼ିକରେ ପୂର୍ବରୁ ମହିଳାଙ୍କୁ କଣ୍ଡକ୍ଟର ଭାବରେ ନିଯୁକ୍ତି ଦିଆଯାଇଛି। ଏବେ ସରକାରୀ ଗାଡ଼ି ଚାଳକ ଭାବରେ ସନ୍ଧ୍ୟାରାଣୀ ନିଯୁକ୍ତ ହୋଇଛନ୍ତି। ପ୍ରତ୍ୟେକ ବର୍ଷ ପ୍ରାୟ ୫୦୦ ମହିଳାଙ୍କୁ ଚାଳକ ଭାବରେ ପ୍ରଶିକ୍ଷିତ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ