ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ୟ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

    ଭୁବନେଶ୍ୱର:ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ