
ଭୁବନେଶ୍ୱର: ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଛତିଶା ନିଯୋଗ ସହ ଏସମ୍ପର୍କରେ ଆଲୋଚନା ହୋଇଛି, ଖୁବଶୀଘ୍ର ସମୟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତିଣତି ପାଇଁ ଯୋଜନା କରୁଛୁ । ପରିଚାଳନା କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ ହେବ ବିଚାର କରାଯିବ । ଏସବୁ ବିଚାର କରି ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ଗତକାଲି ଶ୍ରୀନ୍ଦିର କାର୍ୟ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ସହ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ । ଆସନ୍ତା ମାର୍ଚ୍ଚ ୩ରେ ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଠାକୁରଙ୍କ ସୁନାବେଶ ହେବ ।


