ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ : ଉଦ୍ଧାର କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଥାନା ସମରଝୋଳ ଗ୍ରାମର ବିଦେଶରେ କାର୍ୟ୍ୟରତ ପି. ଭେଙ୍କଟ ରମଣ ନାମକ ଯୁବକଙ୍କୁ ଆତଙ୍କବାଦୀ ସଂଗଠନ ଅପହରଣ ଘଟଣା, ଅପହରଣ ହୋଇଥିବା ଯୁବକଙ୍କୁ ଶୀଘ୍ର ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କୁ ‘ଏକ୍ସ’ ଯୋଗେ ଅନୁରୋଧ କଲେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ମୁମ୍ବାଇର ବ୍ଲୁ-ଷ୍ଟାର୍ କମ୍ପାନୀ ତରଫରୁ ପଶ୍ଚିମ ଆଫ୍ରିକାର ମାଲିରେ ଥିବା ଏକ ସିମେଣ୍ଟ କାରଖାନା କାର୍ୟ୍ୟ କରୁଥିଲେ ପି. ଭେଙ୍କଟ ରମଣ ।ହିଞ୍ଜିଳି ଥାନାରେ ପି. ଭେଙ୍କଟ ରମଣଙ୍କ ମା’ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ନଭେମ୍ବର ମାସରେ ଭେଙ୍କଟ ରମଣ ଏକ କନସଲଟାଣ୍ଟ କମ୍ପାନୀ ଦ୍ଵାରା ପଶ୍ଚିମ ଆଫ୍ରିକୀୟ ଦେଶ ମାଲିର ଏକ ସିମେଣ୍ଟ ଫ୍ୟାକ୍ଟ୍ରିରେ କାମ କରିବାକୁ ଯାଇଥିଲେ । ଗତ ୩୦ ତାରିଖ ଦିନ ପରିବାର ଲୋକେ ତାଙ୍କ ପୁଅ ସହ ଶେଷଥର କଥା ହୋଇଥିଲେ କ୍ଷ ତା ପରେ ପରିବାର ଲୋକଙ୍କର ତାଙ୍କ ସହ ଆଉ ଯୋଗାଯୋଗ ହୋଇନଥିଲା କ୍ଷ ଜୁଲାଇ ୩ ତାରିଖରେ କମ୍ପାନୀ ପକ୍ଷରୁ ପରିବାକୁ ଲୋକଙ୍କୁ କୁହାଯାଇଥିଲା ପୋଲିସ ତାଙ୍କ ପୁଅକୁ ଅଟକ ରଖିଛି ।

ପରେ ପରିବାର ଲୋକ ଜାତୀୟ ଗଣମଧ୍ୟମରୁ ଖବର ପାଇଥିଲେ କିଛି ଆତଙ୍କବାଦୀ ସଂଗଠନ ଡ଼ାଇମଣ୍ଡ ସିମେଣ୍ଟ ଫ୍ୟାକ୍ଟ୍ରି ଉପରେ ଆକ୍ରମଣ କରିବା ସହ ୩ ଭାରତୀୟଙ୍କୁ ଅପହରଣ କରିନେଇଛନ୍ତି କ୍ଷ ସେଥିରେ ତାଙ୍କ ପୁଅ ଭେଙ୍କଟ ରମଣ ମଧ୍ୟ ରହିଥିବା ସେମାନେ ଜାଣିବାକୁ ପାଇଥିଲେ କ୍ଷ ଏହାପରେ ପରିବାର ଲୋକ ଏ ନେଇ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ କ୍ଷ

  • Related Posts

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ପାଇଁ ଅଫ୍‌ଲାଇନ୍‌ରେ ଫର୍ମପୂରଣ ହେବନି ବରଂ ଶତପ୍ରତିଶତ ଅନ୍‌ଲାଇନ୍‌ରେ ଫର୍ମପୂରଣ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ…

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ

    ଭୁବନେଶ୍ୱର, ଅଗଷ୍ଟ ୧୦: ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିତ କର୍ମଶାଳା ଏବଂ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଦିନିକିଆ କର୍ମଶାଳାରେ ଓଡିଶାର ବିଭିନ୍ନ ସ୍ଥାନରୁ ପୁରୁଷ ଚିକିତ୍ସାବିଜ୍ଞାନୀ…

    Leave a Reply

    Your email address will not be published. Required fields are marked *

    You Missed

    Aishwarya Rai, Abhishek Bachchan& Aaradhya’s rare appearance at Mumbai airport goes viral

    ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଫଳାଫଳକୁ ୨ ମାସ ପୁରିଲା, ନିଯୁକ୍ତି ପତ୍ର ଅପେକ୍ଷାରେ ଫାର୍ମାସି ଅଫିସର ଓ ବହୁମୁଖୀ ପୁରୁଷ ସ୍ଵାସ୍ଥ୍ୟକର୍ମୀ

    SUM Ultimate Medicare Hosts Landmark CME on Male Sexual Dysfunction and Male Infertility – AndroXcell 2025

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ