ମା’ ତାରିଣୀ ପୀଠ, ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ୟ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ୟ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ କାର୍ୟ୍ୟ ୫୯ ଏକର ପରିମିତ ଅଞ୍ଚଳରେ ୪ଟି ପର୍ୟ୍ୟାୟରେ କାର୍ୟ୍ୟକାରୀ କରାଯାଉଛି। ଅଢେଇ ବର୍ଷ ମଧ୍ୟରେ ଏହି ଉନ୍ନତି ଓ ସୌନ୍ଦର୍ୟ୍ୟକରଣ କାର୍ୟ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି ଲକ୍ଷ୍ୟ ରଖାଯାଇଛି। ଘଟଗାଁ ମା’ ତାରିଣୀଙ୍କ ପୀଠରେ ୨୦୦ ଶଯ୍ୟା ବିଶିଷ୍ଟ ଏକ ଯାତ୍ରୀ ନିବାସ, ୩୦୦ ସିଟ୍ ବିଶିଷ୍ଟ ବ୍ୟାଖ୍ୟାନ କେନ୍ଦ୍ର, ନଡିଆ ଗୋଦାମ, ୫୦୦ ସିଟ୍ ବିଶିଷ୍ଟ ପ୍ରସାଦ ସେବନ ଗୃହ, ଫୁଡ ପ୍ଲାଜା, ପାର୍କିଂ ସୁବିଧା, ମାର୍କେଟ କମ୍ପ୍ଲେକ୍ସ, ଡ୍ରେନେଜ୍ ସିଷ୍ଟମ, ପୁଷ୍କରିଣୀ ଏବଂ ରାସ୍ତା ଉନ୍ନତିକରଣ କାର୍ୟ୍ୟ ଇତ୍ୟାଦି ରହିଛି।

ମନ୍ଦିର କମିଟି ସହିତ ଆଲୋଚନା କରି ଏ ସବୁ ଉନ୍ନତି ଓ ସୌନ୍ଦର୍ୟ୍ୟକରଣ କାର୍ୟ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଘଟଗାଁ ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଦୋକାନ ଗୁଡିକୁ ମାର୍କେଟ କମ୍ପ୍ଲେକ୍ସରେ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ପ୍ରସିଦ୍ଧ ଶକ୍ତି ପୀଠ ଯାଜପୁର’ର ମା’ ବିରଜାଙ୍କ ପରିକ୍ରମା ପ୍ରକଳ୍ପ କାର୍ୟ୍ୟ ୪ଟି ପର୍ୟ୍ୟାୟରେ ଆରମ୍ଭ ହୋଇଛି। ଏଥିରେ ମନ୍ଦିର ପରିସର ସୌନ୍ଦର୍ୟ୍ୟକରଣ କାର୍ୟ୍ୟ, ମନ୍ଦିର ଚତୁଃପାର୍ଶ୍ୱ ବିକାଶ, ବିରଜା ହାଟ ସ୍ଥାପନ, ବ୍ରହ୍ମକୁଣ୍ଡର ପୁନରୁଦ୍ଧାର ଓ ସୌନ୍ଦର୍ୟ୍ୟକରଣ, ବ୍ୟାଖ୍ୟାନ କେନ୍ଦ୍ର, ଧର୍ମଶାଳା, ହାତୀ ପୋଖରୀ ପୁନରୁଦ୍ଧାର ଏବଂ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରିବା ପାଇଁ କାର୍ୟ୍ୟ ଅନ୍ତର୍ଭୁକ୍ତ ଅଛି।

ଆହୁରି ମଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ୟ୍ୟ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ପ୍ରଭୁ ଲିଙ୍ଗରାଜଙ୍କ କ୍ଷେତ୍ରରେ ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ୟ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତିକରଣ କାର୍ୟ୍ୟ ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଏକାମ୍ର କ୍ଷେତ୍ର ହେଉଛି ଭାରତ ବର୍ଷର ଏକ ପ୍ରାଚୀନ ଶୈବ ପୀଠ। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ଛୋଟ ବଡ ମନ୍ଦିର ଅବହେଳିତ ଅବସ୍ଥାରେ ରହିଛି। ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସହିତ ଆଲୋଚନା କରି ଏ ସବୁ ମନ୍ଦିର ଗୁଡିକର ଉନ୍ନତିକରଣ କରାଗଲେ, ଏକାମ୍ର କ୍ଷେତ୍ରର ଆଧ୍ୟାତ୍ମିକ ପରିବେଶ ବଜାୟ ରହିବ ବୋଲି ସେ କହିଥିଲେ।

ଏହି ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ପର୍ୟ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading
    ବନ୍ୟା: ୫୦୩ଟି ଗାଁର ୨ ଲକ୍ଷ ୭୦ ହଜାର ୨୧୨ ଜଣ ଲୋକ ପ୍ରଭାବିତ

    ରାଜ୍ୟର ୬ଟି ଜିଲ୍ଲାର ୫୨ଟି ବ୍ଲକ୍ ବନ୍ୟାରେ ପ୍ରଭାବିତ। ବନ୍ୟା ସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଗତ ୪୮ ଘଣ୍ଟାରେ ରାଜ୍ୟର ୫୦୩ଟି ଗାଁର ୨ ଲକ୍ଷ ୭୦ ହଜାର ୨୧୨ ଜଣ ଲୋକ ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ