ମିଠା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୯ତମ ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସମ୍ବୋଧନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କ ସହ ମିଶି ସେ ପିଲାମାନଙ୍କୁ ମିଠା ବାଣ୍ଟିଥିଲେ। ଏକ ସମୟରେ ମୁଖ୍ୟମନ୍ତ୍ରୀ ମିଠା ପ୍ଲେଟ ଧରିଥିବା ବେଳେ ତାଙ୍କ ପତ୍ନୀ ମିଠା ବାଣ୍ଟୁଥିବା ଦୃଶ୍ୟ ଦେଖାଯାଇଥିଲା।

ଏହାପରେ ମୁଖ୍ୟମନ୍ତ୍ରୀ ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ବୋଧନରେ ସେ କହିଛନ୍ତି, “ଅଣାଅଶୀତମ ସ୍ବାଧୀନତା ଦିବସରେ ରାଜ୍ୟବାସୀ ତଥା ଦେଶ ଓ ବିଦେଶରେ ରହୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ମୋର ଶୁଭେଚ୍ଛା। ସ୍ବାଧୀନତା ପରବର୍ତ୍ତୀ ଭାରତର ଗୌରବମୟ ଇତିହାସରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି।”ମୁଖ୍ୟମନ୍ତ୍ରୀ ଭାରତୀୟ ସ୍ବାଧୀନତା ଆନ୍ଦୋଳନର ଶାନ୍ତିପୂର୍ଣ ଓ ଅହିଂସା ଚରିତ୍ରକୁ ପ୍ରଶଂସା କରି ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଏକତ୍ରିତ ସଂଗ୍ରାମୀଙ୍କ ଏକମାତ୍ର ଉଦ୍ଦେଶ୍ୟ ‘ବ୍ରିଟିଶ ଶାସନରୁ ମୁକ୍ତି’ ବୋଲି ଉଲ୍ଲେଖ କରିଛନ୍ତି। ସେ ପଣ୍ଡିତ ଜବାହାରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ବାଲ ଗଙ୍ଗାଧର ତିଲକ, ବୀର ସାବରକର, ସହୀଦ ଭଗତ ସିଂ, ଚନ୍ଦ୍ରଶେଖର ଆଜାଦ, ଡଃ ବାବା ସାହେବ ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଲାଲ ବାହାଦୁର ଶାସ୍ତ୍ରୀ, ମୌଲାନା ଆଜାଦ ଓ ଲକ୍ଷ ଲକ୍ଷ ନାମହୀନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

  • Related Posts

    ରାସ୍ତା ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ଏହି ସମ୍ପର୍କରେ ଏକ ପତ୍ର ଲେଖି…

    Continue reading
    ୪ ତାରିଖ ଯାଏ ଝଡ଼ବର୍ଷା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ