ମୁଖ୍ୟମନ୍ତ୍ରୀଙ୍କୁ ଉପବାଚସ୍ପତିଙ୍କ ପ୍ରସ୍ତାବ: ଓଡିଶାରେ ଆସୁ ୟୁପି ଷ୍ଟାଇଲ ଆଇନ

ଭୁବନେଶ୍ବର: ଓଡ଼ିଶାରେ ଆସୁ ଉତ୍ତରପ୍ରଦେଶ ଭଳି ଆଇନ । ଅପରାଧୀଙ୍କୁ ସାବାଡ଼ କରିବା ଲାଗି ପଦକ୍ଷପ ନିଅନ୍ତୁ ସରକାର । ରାଜ୍ୟରେ ବଢି ବଢି ଚାଲିଛି ସଂଗଠିତ ଅପରାଧ । ନାରୀ ବିରୋଧୀ ଅପରାଧ ମଧ୍ୟ ସୀମା ଟପିଲାଣି । ପ୍ରତ୍ୟେକ ଦିନ ଅପରାଧ ଓ ଅପରାଧୀ ନୂଆ ରୂପରେ ଆସୁଛନ୍ତି । ନାକେ ଦମ ହେଲେଣି ସରକାର ଓ ପ୍ରଶାସନ । ତେଣୁ ଅପରାଧୀଙ୍କୁ ଦମନ କରିବା ଲାଗି ଓଡିଶାରେ ଆବଶ୍ୟକ ଉତ୍ତରପ୍ରଦେଶ ଗ୍ୟାଙ୍ଗଷ୍ଟର ନିରୋଧ ଭଳି ଆଇନ । ଏନେଇ ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବି ଜଣାଇଛନ୍ତି ।ରାଜ୍ୟରେ ବଢି ଚାଲିଛି ସଂଗଠିତ ଅପରାଧ । ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ । ଏହି ମର୍ମରେ ଉପବାଚସ୍ପତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ସହ ୪ ଫର୍ଦ୍ଦ ଯୁକ୍ତ ଚିଠି ପ୍ରଦାନ କରିଛନ୍ତି ଉପବାଚସ୍ପତି ଭବାନୀ ଶଙ୍କର ଭୋଇ । ଉପବାଚସ୍ପତି ଚିଠିରେ ଦେଇଥିବା ପ୍ରସ୍ତାବ ଅନୁସାରେ, ଓଡ଼ିଶାରେ ସଂଗଠିତ ଅପରାଧ ଏବଂ ଅସାମାଜିକ କାର୍ୟ୍ୟକଳାପକୁ ରୋକିବା ପାଇଁ ଉତ୍ତରପ୍ରଦେଶ ଗ୍ୟାଙ୍ଗଷ୍ଟର ଆଇନ ଭଳି ଓଡ଼ିଶା ଗ୍ୟାଙ୍ଗଷ୍ଟର ଏବଂ ଅସାମାଜିକ କାର୍ୟ୍ୟକଳାପ ନିବାରଣ ଆଇନ ପ୍ରଣୟନ ଆବଶ୍ୟକ ରହିଛି । କାରଣ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସଂଗଠିତ ଅପରାଧ, ଅପରାଧିକ କାର୍ୟ୍ୟକଳାପ ଓ ଗ୍ୟାଙ୍ଗ ପରିଚାଳିତ ଅପରାଧ ବୃଦ୍ଧି ପାଇବାରେ ଲାଗିଛି ।ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜମି ହଡ଼ପ, ଚାନ୍ଦା ଆଦାୟ, ସୁପାରି ହତ୍ୟା, ବେଆଇନ ଖଣି କାରବାର, ନିଶାଦ୍ରବ୍ୟ ଚାଲାଣ ଏବଂ ସମନ୍ୱିତ ଅପରାଧୀ ସିଣ୍ଡିକେଟ ଭଳି ଘଟଣା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି । ପ୍ରକ୍ରିୟାଗତ ବିଳମ୍ବ ଏବଂ ଆଇନର ଗଳାବାଟ ଦେଇ ଖସିଯିବାର ସୁଯୋଗ ନେଇ ଅପରାଧୀମାନେ ଏସବୁ କାର୍ୟ୍ୟ ଘଟାଇ ଚାଲିଛନ୍ତି । ଏହି ଭଳି ବିପଦର ମୁକାବିଲା ଏବଂ ଜନସାଧାରଣଙ୍କ ଜୀବନ ଜୀବିକା ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଉତ୍ତରପ୍ରଦେଶ ଢାଞ୍ଚାରେ ସ୍ୱତନ୍ତ୍ର ଆଇନ ପ୍ରତିଷ୍ଠା କରିବାର ଆବଶ୍ୟକତା ଅନୁଭବ ହେଉଛି । ଏହି ଆଇନ ପ୍ରଣୟନ ହେଲେ ସଂଗଠିତ ଅପରାଧୀ ଗୋଷ୍ଠୀ ଗଠନ ଏବଂ କାର୍ୟ୍ୟକୁ ରୋକା ଯାଇପାରିବ । ଗ୍ୟାଙ୍ଗ ନେତା ଏବଂ ସଦସ୍ୟଙ୍କ ଉପରେ ପ୍ରଭାବଶାଳୀ ଦଣ୍ଡବିଧାନ ଏବଂ ପ୍ରତିରୋଧ ସୁନିଶ୍ଚିତ କରିହେବ । ଆଇନଗତ ଢାଞ୍ଚା ମାଧ୍ୟମରେ ସାର୍ବଜନୀନ ଶୃଙ୍ଖଳା, ସୁରକ୍ଷା ଏବଂ ସମ୍ପତ୍ତିକୁ ସୁରକ୍ଷିତ ରଖା ଯାଇପାରିବ ।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ