ମୁଖ୍ୟମନ୍ତ୍ରୀଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦର୍ଶନ କଲେ ବିଧାୟକ

ଭୁବନେଶ୍ୱର: ଦେଶର ସ୍ୱଚ୍ଛ ସହର ସର୍ଭେରେ ଗଞ୍ଜାମ ଜିଲ୍ଲାର ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱିତୀୟ ସ୍ଥାନ ହାସଲ କରିଛି । ଚଳିତ ମାସ ୧୭ ତାରିଖରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଦ୍ୱାରା ଆୟୋଜିତ କାର୍ୟ୍ୟକ୍ରମରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏଥି ନିମନ୍ତେ ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୪-୨୫ ପ୍ରଦାନ କରିଛନ୍ତି । ଲୋକସେବା ଭବନ ଠାରେ ଆସ୍କା ବିଧାୟକ ଶ୍ରୀ ସରୋଜ କୁମାର ପାଢ଼ୀ ଏବଂ ଅଧ୍ୟକ୍ଷା ବିନୀତା ସ୍ୱାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏହି ସାର୍ଟିଫିକେଟ ଓ ଟ୍ରଫି ପ୍ରଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ଏହି ସଫଳତା ପାଇଁ ଖୁସିବ୍ୟକ୍ତ କରିବା ସହିତ ଉଭୟ ବିଧାୟକ ଓ ଅଧ୍ୟକ୍ଷାଙ୍କୁ ଅଭିନନ୍ଦନ ଜଣାଇଥିଲେ । ଏହିପରି ସ୍ୱଚ୍ଛ ଅଭିଯାନ ଜାରି ରଖି ପ୍ରଥମ ସ୍ଥାନ ହାସଲ କରିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ୨୦ ହଜାରରୁ ୫୦ ହଜାର ଜନସଂଖ୍ୟା ବିଶିଷ୍ଟ କ୍ୟାଟେଗୋରିରେ ଗଞ୍ଜାମ ଜିଲ୍ଲାର ଆସ୍କା, ଦେଶରେ ସ୍ୱଚ୍ଛ ସହର ଭାବେ ଦ୍ୱିତୀୟ ସ୍ଥାନ ହାସଲ କରି ଏହି ପୁରସ୍କାର ପାଇଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ