ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଓଡ଼ିଶା ଆଦିବାସୀ ମହାସଂଘ

ଭୁବନେଶ୍ବର: ଓଡ଼ିଶା ଆଦିବାସୀ ମହାସଂଘର କର୍ମକର୍ତ୍ତା ଓ ସଦସ୍ୟମାନେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ସରକାରଙ୍କର ପ୍ରାଥମିକତାରେ ରହିଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ସମାଜର ୪ଟି ବର୍ଗଙ୍କ ଭିତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ ମଧ୍ୟ ଅଛନ୍ତି। ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ୟ୍ୟକାରୀ କରାଯାଉଛି।

ଜୀବନ, ଜୀବିକା ସହ ସେମାନଙ୍କ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଆଦିବାସୀ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଖୁବ ଶୀଘ୍ର ଉତ୍ତର ଓଡ଼ିଶା ବିକାଶ ପରିଷଦ ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରାଯାଉଛି। ଆଦିବାସୀ ସମାଜରୁ କୁସଂସ୍କାର ଦୂର କରିବା ପାଇଁ ମହାସଂଘକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଲୋଚନା ମାଧ୍ୟମରେ ସବୁ ସମସ୍ୟା ସମାଧାନ ହେବ ବୋଲି କହିଥିଲେ। ଏହି ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ମହାସଂଘର ସଭାପତି କର୍ମା ଲାକ୍ରା, ସାଧାରଣ ସମ୍ପାଦକ ଶରତ ଚନ୍ଦ୍ର ନାୟକ ଓ ପ୍ରାୟ ୧୧ଟି ଜିଲ୍ଲାରୁ ସଦସ୍ୟମାନେ ଯୋଗ ଦେଇଥିଲେ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ