ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଓଡ଼ିଶା ଆଦିବାସୀ ମହାସଂଘ

ଭୁବନେଶ୍ବର: ଓଡ଼ିଶା ଆଦିବାସୀ ମହାସଂଘର କର୍ମକର୍ତ୍ତା ଓ ସଦସ୍ୟମାନେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ସରକାରଙ୍କର ପ୍ରାଥମିକତାରେ ରହିଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିବା ସମାଜର ୪ଟି ବର୍ଗଙ୍କ ଭିତରେ ପ୍ରଥମରେ ଥିବା ଗରିବଙ୍କ ଭିତରେ ଆଦିବାସୀ ସମ୍ପ୍ରଦାୟ ମଧ୍ୟ ଅଛନ୍ତି। ଆଦିବାସୀଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ୟ୍ୟକାରୀ କରାଯାଉଛି।

ଜୀବନ, ଜୀବିକା ସହ ସେମାନଙ୍କ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଆଦିବାସୀ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଖୁବ ଶୀଘ୍ର ଉତ୍ତର ଓଡ଼ିଶା ବିକାଶ ପରିଷଦ ଓ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରାଯାଉଛି। ଆଦିବାସୀ ସମାଜରୁ କୁସଂସ୍କାର ଦୂର କରିବା ପାଇଁ ମହାସଂଘକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଲୋଚନା ମାଧ୍ୟମରେ ସବୁ ସମସ୍ୟା ସମାଧାନ ହେବ ବୋଲି କହିଥିଲେ। ଏହି ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ମହାସଂଘର ସଭାପତି କର୍ମା ଲାକ୍ରା, ସାଧାରଣ ସମ୍ପାଦକ ଶରତ ଚନ୍ଦ୍ର ନାୟକ ଓ ପ୍ରାୟ ୧୧ଟି ଜିଲ୍ଲାରୁ ସଦସ୍ୟମାନେ ଯୋଗ ଦେଇଥିଲେ।

  • Garvita Odia

    Related Posts

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ