ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବଢିଲା ଶସ୍ୟ ପରିବହନ ଖର୍ଚ୍ଚ

ଭୁବନେଶ୍ୱର: ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଗରମ ରନ୍ଧା ଖାଦ୍ୟ ପାଇଁ ଅଙ୍ଗନବାଡି କେନ୍ଦ୍ର ମାନଙ୍କୁ ଚାଉଳ ଯୋଗାଇ ଦିଆଯାଏ । ଏହାସହିତ ଘରକୁ ରେସନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଗହମ ପ୍ରଦାନ କରାଯାଇଥାଏ । ଏହି ଚାଉଳ ଓ ଗହମ ପରିବହନ କରିବା ପାଇଁ ପରିବହନ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯାଇଥାଏ । ୨୦୧୧ ମସିହା ପର ଠାରୁ ଏହି ମୂଲ୍ୟରେ ଆଉ ବୃଦ୍ଧି କରାଯାଇ ନ ଥିଲା । ତେଣୁ ବଢୁଥିବା ଇନ୍ଧନ ଖର୍ଚ୍ଚ ଓ ଅନ୍ୟାନ୍ୟ ଦରଦାମ୍ ବୃଦ୍ଧିକୁ ଦୃଷ୍ଟିରେ ରଖି ପରିବହନ ମୂଲ୍ୟରେ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବୀ କରିପାରିବେ ନାହିଁ । କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ ହେବ । ପରିବହନ ପାଇଁ ଯେଉଁ ନୂଆ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯିବ, ଟେଣ୍ଡର ପ୍ରକ୍ରିୟା ଜରିଆରେ ଏହାର ପ୍ରକୃତ ମୂଲ୍ୟ ନିର୍ଦ୍ଧାରଣ କରାଯିବ । ପରିବହନର ମୂଲ୍ୟ କ୍ୱିଣ୍ଟାଲ ପିଛା ୧୫୦ ଟଙ୍କାରୁ ଅଧିକ ହୋଇପାରିବ ନାହିଁ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ