ମୁଖ୍ୟମନ୍ତ୍ରୀଙ୍କ ଉକ୍ରର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍ ପ୍ରସ୍ତୁତି ଅନୁଧ୍ୟାନ

ଭୁବନେଶ୍ୱର: ଆସନ୍ତା ୨୮-୨୯ ଦୁଇଦିନ ଧରି ଉକôର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଁଚିଛି ଏବଂ ଏହି କାର୍ୟ୍ୟକ୍ରମ ସବୁ ଦୃଷ୍ଟିକୋଣରୁ ଐତିହାସିକ ହେବ । ରାଜ୍ୟ ପାଇଁ ଏକ ସୁଦୃଢ ଅର୍ଥନୈତିକ ଓ ଶିଳ୍ପ ଭିତ୍ତିଭୂମି ପ୍ରସ୍ତୁତ କରିବାରେ ଏହା ଏକ ମାଇଲଖୁଂଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ମାନଙ୍କ ମଧ୍ୟରେ ଶ୍ରେଷ୍ଠ ୫ଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବାର ଆମର ଯେଉଁ ଲକ୍ଷ୍ୟ ଅଛି, ତାହା ନିଶ୍ଟୟ ପୂରଣ ହେବ । ଏହାସହିତ ଶ୍ରମିକ, କୃଷକ ମାନଙ୍କ ପରି ସାଧାରଣ ଲୋକଙ୍କ ପାଇଁ ମଧ୍ୟ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଇନଭେଷ୍ଟର୍ସ ମିଟ୍ ରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି ଏବଂ ଏହାଦ୍ୱାରା ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ । ୧୦୦ଟି ଅଧିକ ନିବେଶକ ଏମଓୟୁ କରିବାର କାର୍ୟ୍ୟକ୍ରମ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଏହାର ଉଦଘାଟନ କରିବେ । ଗତ ୭ ମାସ ମଧ୍ୟରେ ଓଡିଶାକୁ ଏହା ତାଙ୍କର ପଂଚମ ଗସ୍ତ ହେବ । ଓଡିଶାରେ ପୁଞ୍ଜିନିବେଶ ପ୍ରତି ତାଙ୍କର ସ୍ୱତନ୍ତ୍ର ଧ୍ୟାନ ରହିଛି ଏବଂ ଓଡିଶା ଏକ ବିପୁଳ ସମ୍ଭାବନାର ରାଜ୍ୟ ଭାବେ ଅଗ୍ରସର ହେଉଛି ବୋଲି ସେ କହିଥିଲେ । ଏହା ସହିତ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ଜୁଏଲ ଓରାମ୍ ଏବଂ ଶ୍ରୀଅଶ୍ୱିନୀ ବୈଷ୍ଣବଙ୍କ ପରି କେନ୍ଦ୍ରମନ୍ତ୍ରୀ ମାନେ ମଧ୍ୟ ଏହି କାର୍ୟ୍ୟକ୍ରମରେ ଯୋଗଦେବେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ମେକ ଇନ ଓଡିଶା ୱେବସାଇଟ୍ ରେ ୭୫୦୦ ରୁ ଅଧିକ ଡେଲିଗେଟ ପଞ୍ଜିକରଣ କରିଛନ୍ତି । ଏଥିରେ ୨୦ଟିରୁ ଅଧିକ ଦେଶର ୧୦୦ରୁ ଅଧିକ ଆନ୍ତର୍ଜାତିକ ଡେଲିଗେଟ୍ ଅଛନ୍ତି । ସିଙ୍ଗାପୁର, ଅଷ୍ଟ୍ରେଲିଆ ଓ ମାଲେସିଆ ପରି ଆମର ପାର୍ଟନର ଦେଶ ମାନଙ୍କରୁ ଅଧିକ ଡେଲିଗେଟ୍ ଆସିବାର ସମ୍ଭାବନା ଅଛି । ଏଥିରେ କେତେକ କଂଟ୍ରି ଫୋକସ ସେସନ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରାୟ ୨୦ଟି ଦେଶର ପ୍ରତିନିଧି ମାନେ ଆଲୋଚନା କରିବେ । ଏହା ଦ୍ୱାରା ଆନ୍ତର୍ଜାତିକ ଶିଳ୍ପ କ୍ଷେତ୍ରରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି ପାଇବ ।
ଏହି କନକ୍ଲେଭରେ ଏକ ‘ମେକ୍ ଇନ୍ ଓଡିଶା ଏକ୍ସପୋ’ ମଧ୍ୟ ଅନୁଷ୍ଠିତ ହେବ । ପ୍ରାୟ ୧୫୦ ଜଣ ଏକ୍ସିଭିଟର ସେମାନଙ୍କର ପ୍ରଡକ୍ଟ , ସର୍ଭିସ୍ , ଓ ଇନୋଭେସନ ଆଦି ପ୍ରଦର୍ଶନ କରିବେ । ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ ମାନଙ୍କ ପାଇଁ ଖୋଲା ରହିବ । ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ ବୋଲି ସେ କହିଥିଲେ । ଏହାସହିତ ଷ୍ଟାର୍ଟ ଅପ୍ ଓଡିଶା, ସ୍କିଲଡ୍ ଇନ୍ ଓଡିଶା ଓ ସୁଭଦ୍ରା ଜରିଆରେ ମହିଳା ଉଦ୍ୟୋଗୀକରଣ ପରି ତିନୋଟି ଥିମାଟିକ୍ ସେସନ ମଧ୍ୟ ଅନୁଷ୍ଠିତ ହେବ । ବିଭିନ୍ନ ରାଉଣ୍ଡ ଟେବୁଲ ବୈଠକ ମଧ୍ୟ ଅନୁଷ୍ଠିତ ହେବ । ଏଥିରେ ‘ମହିଳାଙ୍କ ନେତୃତ୍ୱ ରାଉଣ୍ଡଟେବୁଲ’, ‘ସି.ଇ.ଓ ରାଉଣ୍ଡଟେବୁଲ’ ଓ ‘ଏଡିଟର୍ସ ରାଉଣ୍ଡଟେବୁଲ’ ଆଦି ଆଲୋଚନା ଜରିଆରେ ଶିଳ୍ପଦ୍ୟୋଗୀ ଓ ବିଶେଷଜ୍ଞ ମାନଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ ହେବ ବୋଲି ସେ କହିଥିଲେ । ଏହା ସହିତ ରାଜ୍ୟ ସଂସ୍କୃତି ବିଭାଗ ଦ୍ୱାରା ବିଶିଷ୍ଟ ଓଡିଶୀ ନୃତ୍ୟ ଶିଳ୍ପୀ ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କ ନୃତ୍ୟ ପ୍ରଦର୍ଶନ, ଡ୍ରୋନ ସୋ ଆଦି ଅନ୍ୟାନ୍ୟ କାର୍ୟ୍ୟକ୍ରମର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ