ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ୱାଗତ କଲେ କନ୍ଧମାଳ ସାଂସଦ, କହିଲେ, ଏହା ଏକ ମାଇଲଖୁଣ୍ଟ

ରାଇକିଆ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ନେଇ କନ୍ଧମାଳ ଜିଲ୍ଲା ସମେତ ରାଇକିଆ ଅଞ୍ଚଳରେ ସ୍ୱାମୀଜୀଙ୍କ ଅନୁଗତମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଯାଇଛି। ଏହି ଐତିହାସିକ ପଦକ୍ଷେପକୁ ରାଇକିଆ ବ୍ଲକ ଭାଜପା ପକ୍ଷରୁ ହୃଦୟର ସହ ସ୍ୱାଗତ କରାଯାଇଥିବା ବେଳେ କନ୍ଧମାଳ ଲୋକସଭା ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଯାଇଛି।କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ କହିଛନ୍ତି ଯେ, ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସ୍ମୃତିରେ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ନାମକରଣ ରାଜ୍ୟ ସରକାରଙ୍କ ଏକ ଐତିହାସିକ ଏବଂ ପ୍ରଶଂସନୀୟ ପଦକ୍ଷେପ। ଏହା କନ୍ଧମାଳବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଜନଜାତି ସମାଜର ଶିକ୍ଷା, ସେବା, ସଂସ୍କୃତି ଓ ସାମାଜିକ ଜାଗରଣ କ୍ଷେତ୍ରରେ ସ୍ୱାମୀଜୀଙ୍କ ଅତୁଳନୀୟ ଅବଦାନକୁ ଏହା ଏକ ଉଚିତ ସମ୍ମାନ ପ୍ରଦାନ କରିଛି।ସେହିପରି ଜଲେଶପଟ୍ଟା ଆଶ୍ରମର ଐତିହ୍ୟ ସଂରକ୍ଷଣ ଓ ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା (CMSA) ପାଣ୍ଠିରୁ ୧୩ କୋଟି ଟଙ୍କା ମଞ୍ଜୁର କରାଯାଇଥିବାରୁ ସାଂସଦ ମହୋଦୟ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ଅର୍ଥରେ ୩୦୦ ଆସନ ବିଶିଷ୍ଟ ଛାତ୍ରୀ ନିବାସ, ଆଶ୍ରମର ଐତିହ୍ୟ ସଂରକ୍ଷଣ, ଶ୍ରେଣୀଗୃହ ଓ ହଷ୍ଟେଲର ନବୀକରଣ ସହ ବିଭିନ୍ନ ମୌଳିକ ସୁବିଧାର ବିକାଶ କରାଯିବ ବୋଲି ସେ କହିଛନ୍ତି।
ସାଂସଦ ଆହୁରି କହିଛନ୍ତି ଯେ, ଏହି ପଦକ୍ଷେପ କେବଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମର ଐତିହ୍ୟକୁ ସଂରକ୍ଷିତ କରିବ ନୁହେଁ, ବରଂ କନ୍ଧମାଳର ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା, ସୁରକ୍ଷା ଓ ସାମଗ୍ରିକ ବିକାଶରେ ଏକ ନୂତନ ଅଧ୍ୟାୟର ସୂଚନା ଦେବ। କନ୍ଧମାଳ ଲୋକସଭା କ୍ଷେତ୍ରର ଜନସାଧାରଣଙ୍କ ପକ୍ଷରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇବା ସହ ଏହି ନିଷ୍ପତ୍ତି କନ୍ଧମାଳର ବିକାଶ ଏବଂ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ସଂରକ୍ଷଣରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମତ ପ୍ରକାଶ କରିଛନ୍ତି।ଏହି ଅବସରରେ ରାଇକିଆ ବ୍ଲକ ଭାଜପା ପକ୍ଷରୁ ରାଇକିଆ ବ୍ଲକ ସାଂସଦ ପ୍ରତିନିଧି ସନ୍ତୋଷ କୁମାର ଲେଙ୍କା, ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ କୁମାର ପାତ୍ର, ମଣ୍ଡlସୁରୁ ମଣ୍ଡଳ ସଭାପତି ଗଜେନ୍ଦ୍ର ପ୍ରଧାନ, ଘୁ. ଉଦୟଗିରିର ପୂର୍ବତନ ବିଧାୟକ ମନୋଜ କୁମାର ପ୍ରଧାନ ଓ ମାନସ ରଞ୍ଜନ ପତି, ନାରାୟଣ ପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତିକୁ ସ୍ୱାଗତ କରିବା ସହ କନ୍ଧମାଳର ବିକାଶ ଦିଗରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମତ ପ୍ରକାଶ କରିଛନ୍ତି.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading
    ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମାମଲାର ଆଜି ଶୁଣାଣି

    ଆଜି ହାଇକୋର୍ଟରେ ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ଗତକାଲି ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏଜି ପୀତାମ୍ବର ଆଚାର୍ଯ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ