ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି ମା’କଟକ ଚଣ୍ଡୀଙ୍କ ମନ୍ଦିର ପ୍ରକଳ୍ପର ଉଦ୍‌ଘାଟନ କରିଥାନ୍ତେ । ଏଥିସହିତ ଏସ୍‌ସିବି ମେଡ଼ିକାଲ୍ କଲେଜ ନୂଆ କୋଠା ନିର୍ମାଣ କାମର ସମୀକ୍ଷା ମଧ୍ୟ କରିଥାନ୍ତେ । ଏନେଇ ସମସ୍ତ ପ୍ରସ୍ତୁତି ସରକାରୀ ସ୍ତରରେ କରାଯାଇଥିଲା । ଏପରିକି କିଛି ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ପାଇଁ ଆବଶ୍ୟକୀୟ କାର୍ଯ୍ୟ ମଧ୍ୟ କରାଯାଇଥିଲା । କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାକୁ ଥିବା ଅନ୍ୟ ଅତିଥିଙ୍କୁ ମଧ୍ୟ ଏକପ୍ରକାର ନିମନ୍ତ୍ରଣ ଦିଆଯାଇଥିଲା । କିନ୍ତୁ ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ରଦ୍ଦ କରାଯାଇଛି । ସମ୍ଭବତଃ ଦଶହରା ସମୟରେ କଟକ ବୁଲିବା ପାଇଁ ମୁଖ୍ୟମନ୍ତ୍ରୀ ଆସିବା ବେଳେ ମା’ ଚଣ୍ଡୀଙ୍କ ମନ୍ଦିରକୁ ଯାଇପାରନ୍ତି । ସେହିଦିନ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ବିଜେବି କଲେଜ ସଭାପତି ପ୍ରାର୍ଥୀଙ୍କୁ ମାଡ, ଥାନାରେ ଏତଲା

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ଭିତରେ ପ୍ରାକ୍ ନିର୍ବାଚନୀ ହିଂସା ଆରମ୍ଭ ହୋଇଛି । ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର ସଭାପତି ପ୍ରାର୍ଥୀ ଆର୍ଯ୍ୟନ ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ପିପିଲି ପଦା ପଡି଼ଆରେ ଭୋଜିଭାତ ଚାଲିଥିବା ବେଳେ ଏକ ନିର୍ଦ୍ଦିଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ