ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର:ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗ ଓ ରେଭେନସା ବିବାଦକୁ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଡାକରା ପରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ପହଞ୍ଚିଛନ୍ତି । ସୂଚନା ଅନୁସାରେ, ପାଠ୍ୟପୁସ୍ତକରେ ଜାତୀୟ ସଙ୍ଗୀତ ଓ ରାଜ୍ୟ ସଙ୍ଗୀତ ସମ୍ପର୍କିତ ତ୍ରୁଟିକୁ ନେଇ ସିଏମ୍‌ଓ ପକ୍ଷରୁ ଗମ୍ଭୀରତା ପ୍ରକାଶ କରାଯାଇଛି । ଶିକ୍ଷା ବ୍ୟବସ୍ଥାରେ ଏଭଳି ତ୍ରୁଟି କିପରି ହେଲା ଏବଂ ଏହାର ସୁଧାର ପାଇଁ କଣ ପଦକ୍ଷେପ ନିଆଯିବ, ସେନେଇ ଆଲୋଚନା ହେବା ନେଇ ସୂଚନା ମିଳିଛି ।

ଏହାସହ ରେଭେନସା ମହାବିଦ୍ୟାଳୟକୁ ନେଇ ଚାଲିଥିବା ବିବାଦ ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀ ଶିକ୍ଷା ବିଭାଗର ମତାମତ ନେଇପାରନ୍ତି । ଶିକ୍ଷା କ୍ଷେତ୍ର ସମ୍ପର୍କିତ ଏହି ଦୁଇଟି ସମ୍ବେଦନଶୀଳ ପ୍ରସଙ୍ଗରେ ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ନଜର ରହିଛି । ତ୍ରୁଟି ସୁଧାର ସହ ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେଥିପାଇଁ ବିଭାଗୀୟ ସ୍ତରରେ ପଦକ୍ଷେପ ନିଆଯିବା ସମ୍ଭାବନା ରହିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ