ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ପାଇଁ ପଞ୍ଜୀକରଣ ଶେଷ

ଭୁବନେଶ୍ୱର: ଆସନ୍ତା ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନଶୁଣାଣି ପାଇଁ ସ୍ଲଟ୍ ବୁକିଂ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଆସନ୍ତା ସୋମବାର ସାକ୍ଷାତ ଅଭିଯୋଗ ପାଇଁ ସର୍ବାଧିକ ୧ ହଜାର ଜଣଙ୍କ ପାଇଁ ପଞ୍ଜୀକରଣ ଉଦ୍ଧିଷ୍ଟ ଥିଲା । ଏଥିପାଇଁ ପୂର୍ବ ସୂଚନା ଅନୁସାରେ ଫେବୃୟାରୀ ୨୮ତାରିଖ ପୁର୍ବାହ୍ନ ୧୧ ଘଟିକା ଠାରୁ ଏହି ସ୍ଲଟ୍ବୁକିଂ ବା ପଞ୍ଜୀକରଣ ଆରମ୍ଭ ହୋଇଥିବା ବେଳେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମାର୍ଚ୍ଚ ୧ ତାରିଖ ଶନିବାର ଅପରାହ୍ଣ ସୁଦ୍ଧା ୧ ହଜାର ଜଣ ନିଜ ନିଜର ସ୍ଲଟ୍ ବୁକିଂ କରିସାରିଥିବା ଜଣାଯାଇଛି । ଏହି ସମସ୍ତ ଜନସାଧାରଣ ସେମାନଙ୍କର ପଞ୍ଜୀକରଣ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ଏବଂ ନିଜର ଅଭିଯୋଗ ପତ୍ର ସହ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ନିଜର ଅଭିଯୋଗ ଜଣାଇବା ସଂପର୍କରେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ