ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର ମାଗଣାରେ ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି।

ଆସାମରେ ନିର୍ବାଚନ ପାଖେଇ ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏକ ବଡ଼ କାର୍ଡ ଖେଳିଛନ୍ତି। ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ତାଙ୍କ ସରକାର ପୁଣି ଥରେ କ୍ଷମତାକୁ ଆସିଲେ, ଆସାମରେ ଲୋକଙ୍କୁ ବର୍ଷକୁ ଦୁଇଟି ଗ୍ୟାସ୍ ସିଲିଣ୍ଡର ସମ୍ପୂର୍ଣ୍ଣ ମାଗଣାରେ ଦିଆଯିବ।

ହିମନ୍ତଙ୍କ କହିବା ଅନୁଯାୟୀ, ରାଜ୍ୟର ସବୁଠାରୁ ବଡ଼ ପର୍ବ ‘ବିହୁ’ ପୂର୍ବରୁ ଗୋଟିଏ ସିଲିଣ୍ଡର ଏବଂ ‘ଦୁର୍ଗା ପୂଜା’ ପୂର୍ବରୁ ଆଉ ଗୋଟିଏ ସିଲିଣ୍ଡର ଯୋଗାଇ ଦିଆଯିବ। ପର୍ବପର୍ବାଣୀ ସମୟରେ ମହିଳା ଓ ଗରିବ ପରିବାରଙ୍କ ଉପରୁ ଆର୍ଥିକ ବୋଝ ହ୍ରାସ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।

ନିଜର ନିଆରା ଅନ୍ଦାଜରେ ହିମନ୍ତ କହିଛନ୍ତି, “ଏହି ସିଲିଣ୍ଡରଗୁଡ଼ିକ ପାଇଁ ଲୋକଙ୍କୁ ନିଜ ପକେଟରୁ ଗୋଟିଏ ବି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ନାହିଁ। ଏହାର ସମସ୍ତ ଖର୍ଚ୍ଚ ଆପଣଙ୍କ ‘ମାମା’ (ହିମନ୍ତ ବିଶ୍ୱ ଶର୍ମାଙ୍କ ଲୋକପ୍ରିୟ ନାମ) ବହନ କରିବେ।”

  • Related Posts

    ନଡ୍ଡା ଅସୁସ୍ଥ, ଏମ୍ସରେ ଭର୍ତ୍ତି

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ ହୋଇ ପଡ଼ିଛନ୍ତି। ସେ ହଠାତ୍‌ ଅସହଜ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଶ୍ରୀ ନଡ୍ଡା ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କ ହାର୍ଟର ଏଞ୍ଜିଓଗ୍ରାଫି କରାଯାଇଛି। ଏବେ…

    Continue reading
    ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

    ଆସନ୍ତାକାଲି ଦେଶ ପାଳିବ ସ୍ୱାଧୀନତାର ୮୦ତମ ବର୍ଷ ପୂର୍ତ୍ତି। ଏଥିପାଇଁ ସବୁ ଆଡ଼େ ଜୋରସୋରରେ ଚାଲିଛି ପ୍ରସ୍ତୁତି। ଦିଲ୍ଲୀର ଲାଲକିଲାରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ପୂରା ଦେଶ ଦେଖିବ ଭାରତର ପରାକ୍ରମ।ହେଲେ ସ୍ୱାଧୀନତା ଦିବସର ଦିନକ ପୂର୍ବରୁ ଦେଶର ରାଜଧାନୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ