
ଦେବଗଡ:ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପ୍ରେକ୍ଷାଳୟରେ ଆଜି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ବିଭାଗ ଓ ଓଡ଼ିଶା ଜୀବିକା ମିସନର ମିଳିତ ସହଯୋଗରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ,ପୂର୍ବତନ ବିଧାୟକ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଜୟ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ବିଶେଷକରି ପ୍ରାଣୀସମ୍ପଦ କ୍ଷେତ୍ରରେ ଉଦ୍ୟୋଗୀମାନେ ସ୍ବାବଲମ୍ବୀ ହେବା ପାଇଁ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନ,ଏଲଡିଏମ ନଳିନୀକାନ୍ତ ପଣ୍ଡାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଚାଷୀମାନେ ଉପସ୍ଥିତ ଥିଲେ।ଶିଶିର ଷଡ଼ଙ୍ଗୀ ଧନ୍ୟବାଦ ଦେଇଥିଲେ।





