ମୁହଁ ଖୋଲିଲେ ମନୋଜ ମିଶ୍ର

ଭୁବନେଶ୍ୱର: ମନୋଜ ମିଶ୍ରଙ୍କ ନାଁରେ ଏତଲା ପରେ ମୁହଁ ଖୋଲିଲେ ମନୋଜ। ସାମ୍ବାଦୀକ ସମ୍ମିଳନୀ କରି ନିଜ ଆଡୁ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନିଜକୁ ଡାଇରେକ୍ଟର କହୁଥିବା କିଛି ଲୋକ ଖରାପ ସିନେମା ତିଆରି କରିବା ବନ୍ଦ କରିବେ ସେଇ ଦିନ ମୁଁ ଚୁପ ରହିବି,ଏ କଳି ତୁଟିବ ବୋଲି ମନୋଜ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି , ‘ଆଗକୁ ମୁଁ ଭଲ ସିନେମା କରିବି ଏବଂ ଭଲ ବ୍ୟବସାୟ କରିବି । ଆମ ସିନେମାରେ ବ୍ୟବସାୟ ହେଉନି। ଯେଉଁମାନେ ତିଆରି କରୁଛନ୍ତି, ସିନେମା ସେମାନେ ଦାୟୀ। ଯୁବପୀଢ଼ିଙ୍କ ପାଇଁ ଓଲିଉଡକୁ ଅପ୍‌ଡେଟ ହେବାକୁ ପଡିବ। ଗୋଟିଏ ଭଲ ସିନେମା ଦମନ ଓ କର୍ମ ଭଳିଆ ହେଉ ଯାହା ବ୍ୟବସାୟ କରିବ । ସିନେମା ମୋ ବୋପାର ନୁହେଁ, ଏହା ଓଡ଼ିଶାବାସୀଙ୍କର । ଯିଏ ଏହାକୁ ଖରାପ କରିବ ମୁଁ କହିବି । ଯିଏ ସିନେମା ର ଶତ୍ରୁ ମୋର ବି ଶତ୍ରୁ । ଯେଉଁ ଦଳ ସାଇବର ସେଲ ଯାଇଥିଲେ ତାଙ୍କ ଦ୍ୱାରା ଭଲ ସିନେମା ହେଉନାହିଁ । ଜ୍ୟୋତି ଦାସ ‘ଗୁଡ ବୟ’ ସିନେମାର ନିର୍ମାତା। ସେ ଆଜି ପ୍ରଡ୍ୟୁସରଙ୍କୁ ଦେଖିଲେ ଲୁଚୁଛନ୍ତି । ତାପସ ସରଗରିଆ କହିଲେ ମନୋଜ ସବୁ ଜାଣିଛି’ ।

‘ଏହାସହ ପ୍ରଡ୍ୟୁସର ତଥା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ମନୋଜ। ମିଶ୍ରଙ୍କ ଯୋଗୁ ୨୫ ହଜାର ଲୋକ ଜୀବିକା ହରାଉଛନ୍ତି ସେ କାହିଁକି କହିଲେ ସବ୍ୟସାଚୀ? ଆଜି ‘କର୍ମ’ ସାଢ଼େ ୬ କୋଟି ବ୍ୟବସାୟ କଲାଣି ଆଗକୁ ୧୦ କୋଟି କରିବ। ସେଇ ୨୫ ହଜାର ଲୋକ ଫାଇଦା ପାଇବେ । ତା ଛଡା ଯେଉଁମାନେ କହୁଛନ୍ତି ଯେ ମୁଁ ଚର୍ଚ୍ଚାରେ ରହିବାକୁ ଏମିତି କରୁଚି ସେମାନେ ମୋତେ ବାରମ୍ବାର ଚର୍ଚ୍ଚାକୁ ଟାଣୁଛନ୍ତ ବୋଲି ମନୋଜ ଉତ୍ତର ରଖିଛନ୍ତି।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ