ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଟକରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ସେ ସମସ୍ତ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି ।ସେ ଲେଖିଛନ୍ତି, କଟକରେ ଘଟିଥିବା ଏକ ଦୁଃଖଦ ଘଟଣାରେ ଗୋଟିଏ ପରିବାରର ୩ଜଣ (ଅବଦୁଲ ମୁଜାହିଦ, ଅବଦୁଲ ଜାହିଦ ଓ ଅବଦୁଲ ଜଲିଲ)ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ସମସ୍ତ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଘଟଣାରେ ସମସ୍ତ ଆହତଙ୍କ ଉତ୍ତମ ଚିକିତ୍ସାର ସୁବନ୍ଦୋବସ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।ସୂଚନାଯୋଗ୍ୟ ଯେ, ଶନିବାର କଟକରେ ଆଜବେଷ୍ଟସ ଘର ଉପରେ ଫ୍ଲାଟର ବାଲକୋନୀ ଭୁଶୁଡ଼ି ପଡ଼ିବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଛନ୍ତି । କଟକ ମଣିସାହୁ ଛକ ନିକଟରେ ଅଘଟଣ ଘଟିଛି । ଘଟଣାସ୍ଥଳରେ କଟକ ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ତେବେ ବାଲକୋନୀ ଭାଙ୍ଗିବାର କାରଣ ଏପର୍ୟ୍ୟନ୍ତ ଜଣାପଡ଼ିନାହିଁ ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ