
ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ପ୍ରାଣ ହରାଇଥିବା ସାହେବା ଦେହୁରୀ (୧୯)ଙ୍କ ପରିବାରଙ୍କ ପାଇଁ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି, ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ ପରୀକ୍ଷାର୍ଥୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି।
ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।







