ମେଡିକାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ରୋଗୀ

ବୁର୍ଲା : ବୁର୍ଲା ଭିମସାରରେ ଅଘଟଣ। ମେଡିକାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ରୋଗୀ। ମେଡିକାଲର ପ୍ରଥମ ମହଲାରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣଙ୍କ ବରଗଡ଼ ଜିଲ୍ଲା ବିଜେପୁର ଥାନା ଭାଟିଗାଓଁର ସୁବୀର ସରିଦାର (୨୯ ବର୍ଷ) ବୋଲି ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଭିମସାର କାଜୁଆଲଟିରେ ଭର୍ତ୍ତି କରାଯାଇଛି।ମଙ୍ଗଳବାର ରାତିରେ ଭାଟିଗାଓଁର ସୁବୀର ସରିଦାର ଏକ ଧାରୁଆ ଅସ୍ତ୍ରରେ ନିଜ ତଣ୍ଟି କାଟି ଗୁରିତର ହୋଇଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ଭୋର ସକାଳୁ ଭିମସାରକୁ ଚିକିତ୍ସା ପାଇଁ ଆଣିଥିଲେ। ଭିମସାର କାଜୁଆଲଟିରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଇଏନଟି ବିଭାଗରେ ଭର୍ତ୍ତି କରାଯାଇଥିଲା । ଦିନ ସାଢେ ୧୧ଟାରେ ଅସ୍ତ୍ରୋପଚାର କକ୍ଷ ସମ୍ମୁଖରେ ତାଙ୍କୁ ଅସ୍ତ୍ରୋପଚାର ପାଇଁ ଅପେକ୍ଷା କରିବାକୁ କୁହାଯାଇଥିଲା। ସେଠାରୁ ସେ କୌଶଳ କ୍ରମେ ଖସିଯାଇ ପ୍ରଥମ ମହଲା ଛାତରୁ ତଳକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁଣି ଭିମସାର କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ରୋଗୀଙ୍କ ମାନସିକ ସ୍ଥିତି ଠିକ ନଥିବାରୁ ଏଭଲି କରିଥିବା କୁହାଯାଉଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ