ମୋଦୀଙ୍କୁ ଭେଟିଲେ ବିଜୟ

ନୂଆଦିଲ୍ଲୀ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସି. ଯୋଶେଫ ବିଜୟ ପ୍ରଥମ ଥର ପାଇଁ ନୂଆଦିଲ୍ଲୀ ଗସ୍ତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରାୟ ୧୨ ବର୍ଷ ପରେ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ୍‌କାର ଯାହାକୁ ନେଇ ଦେଶ ତଥା ତାମିଲନାଡୁ ରାଜନୀତିରେ ନୂଆ ସମୀକରଣ ଓ ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ସେବା ତୀର୍ଥ’ରେ ପ୍ରାୟ ୨୫ ମିନିଟ୍ ଧରି ଚାଲିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ବିଜୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଦାବିପତ୍ର ହସ୍ତାନ୍ତର କରିଛନ୍ତି ଏବଂ ତାମିଲନାଡୁର କେତେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସରକାରୀ କାର୍ଯ୍ୟକ୍ରମ ଆରମ୍ଭରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଗାନ ବାଧ୍ୟତାମୂଳକ କରାଯିବାକୁ ନେଇ ମୁଖ୍ୟମନ୍ତ୍ରୀ ବିଜୟ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଆପତ୍ତି ଉଠାଇଛନ୍ତି। ବିଜୟ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଯେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାମିଲନାଡୁର ରାଜ୍ୟ ସଙ୍ଗୀତକୁ ‘ବନ୍ଦେ ମାତରମ୍’ ପୂର୍ବରୁ ଗାନ କରିବା ପାଇଁ ଅନୁମତି ଦେଉ, ଯଦ୍ଦ୍ବାରା ଆଞ୍ଚଳିକ ସାଂସ୍କୃତିକ ପରିଚୟ ବଜାୟ ରହିବ।
କର୍ଣ୍ଣାଟକ ସରକାରଙ୍କ ଦ୍ୱାରା କାବେରୀ ନଦୀ ଉପରେ ପ୍ରସ୍ତାବିତ ‘ମେକେଦାତୁ ପ୍ରକଳ୍ପ’କୁ ନେଇ ବିଜୟ ଦୃଢ଼ ଆପତ୍ତି ଉଠାଇଛନ୍ତି। ସମ୍ପୃକ୍ତ ରାଜ୍ୟର ସହମତି ବିନା ଏହି ପ୍ରକଳ୍ପକୁ ଅନୁମତି ନଦେବା ପାଇଁ ସେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟକୁ ନିର୍ଦେଶ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି। ତାମିଲନାଡୁରେ ପ୍ରତିରକ୍ଷା ଏବଂ ମହିଳା ମହାକାଶ ଶିଳ୍ପକୁ ମଜଭୁତ କରିବା, ଶ୍ରୀଲଙ୍କା ନୌସେନା ଦ୍ୱାରା ଗିରଫ ତାମିଲନାଡୁର ମତ୍ସ୍ୟଜୀବୀଙ୍କୁ ମୁକ୍ତ କରିବା ଆଦି ବିଭିନ୍ନ ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ବ୍ୟତୀତ ବିଜୟ ଦିଲ୍ଲୀ ଗସ୍ତ ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।

  • Related Posts

    ସୀମାପୁରୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

    ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଏକ ଚାରିମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଗୁରୁବାର ଆଉ ଦୁଇଜଣଙ୍କ ଶବ ଉଦ୍ଧାର ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ନ ପ୍ରାୟ ୩:୩୦ ସମୟରେ ଘଟିଥିବା ଏହି…

    Continue reading
    ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ ଏକ ବିଶେଷ ଭିଡିଓ ସେୟାର କରି ଲେଖିଛନ୍ତି, ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’। ବାୟୁସେନା ଦିବସରେ, ଆମେ ଆମର ଆକାଶକୁ ସୁରକ୍ଷା ଦେବାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ