ମୌସୁମୀ ବାୟୁର ଅଗ୍ରଗତି; ୨ରୁ ୩ ଦିନରେ ଓଡ଼ିଶା ଛୁଇଁପାରେ

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ । ରାଜ୍ୟକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ଅଛି । ୧୧ ତାରିଖ ସୁଦ୍ଧା ଓଡ଼ିଶା ସମେତ ଛତିଶଗଡ଼, ପଶ୍ଚିମବଙ୍ଗ ଓ ସିକିମରେ ମୌସୁମୀ ପହଞ୍ଚିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି ) ଆକଳନ କରିଛି ।
ବଙ୍ଗୋପସାଗରରେ ସ୍ଥିିତି ସୁଧୁରିଛି । ମୌସୁମୀ ବାୟୁର ଅଗ୍ରଗତି ହୋଇଛି । ବଙ୍ଗାପସାଗରରେ ମୌସୁମୀ ଧୀରେ ଧୀରେ ଆଗଉଥିଲା । କିନ୍ତୁ ଏବେ ଏହାର ଗତି ବଢ଼ିଛି । ସପ୍ତାହ ପୂର୍ବର ସ୍ଥିତି ଭିନ୍ନ ଥିଲା । କିନ୍ତୁ ଏବେକାର ବାୟୁମଣ୍ଡଳୀୟ ପରିବେଶ ମୌସୁମୀ ଅଗ୍ରଗତି ପାଇଁ ଅଧିକ ଅନୁକୂଳ ହେଉଛି । ୧୦ରୁ ୧୩ ତାରିଖ ଭିତରେ ଓଡ଼ିଶାରେ ମୌସୁମୀ ପ୍ରବେଶ କରିପାରେ । ଆସନ୍ତା କିଛି ଦିନ ଯାଏ ଉପକୂଳ ଓଡ଼ିଶା ତୁଳନାରେ ପଶ୍ଚିମ ଓଡ଼ିଶାରେ ଅଧିକ ଗରମ ରହିବ । ୬ ରୁ ୧୦ ତାରିଖ ଯାଏ ସାମୟିକ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ତେବେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ୧୦ ରୁ ୧୩ ତାରିଖ ଭିତରେ ବାୟୁମଣ୍ଡଳର ଆର୍ଦ୍ରତା ବଢ଼ିବ । ଘନ ମେଘମାଳା ଯୋଗୁ ପାଗ ପରିବର୍ତ୍ତନ ହେବ । ପଶ୍ଚିମ ଓଡ଼ିଶାରେ ୧୨ରୁ ୧୬ ତାରିଖ ଭିତରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ଅଛି ।
୧୧ ତାରିଖ ବେଳକୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହୋଇପାରେ । ୧୪ ତାରିଖରେ ମୌସୁମୀ ପହଞ୍ଚିବାର ସମ୍ଭାବନା ଅଛି । ୯ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ । ମଙ୍ଗଳବାର ଟିଟିଲାଗଡ଼ର ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରେକର୍ଡ ହୋଇଛି । ବୌଦ୍ଧର ଦିନ ତାପମାତ୍ରା ୪୧.୫ ଡିଗ୍ରୀ, ଭବାନୀପାଟଣାରେ ୪୧, ବଲାଙ୍ଗୀରରେ ୪୦.୧, ତାଳଚେରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ