ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କଣ୍ଟାମାଳ: ବୌଦ୍ଧଜିଲ୍ଲା ମନମୁଣ୍ଡା ଥାନା ମନୁପାଲି ପଞ୍ଚାୟତ ଡିଗୀ ମୁହାଣ ନିକଟ ଗୋଟିଏଫାଷ୍ଟ ଫୁଡଦୋକାନ ଆଗରେ ଋଷିବନ୍ଧ ଗ୍ରାମର ଜନୈକ ଯୁବକଙ୍କ କ୍ଷବିକ୍ଷତ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଆଜି ସକାଳେ ଦେଖିବାକୁ ପାଇଥିଲେ।
ମୃତକ ଜଣକ ଋଶିବନ୍ଧ ଗ୍ରାମର କପିଳ ନାଏକ ବୋଲି ପରିବାର ଲୋକେ ଆସି ଚିହ୍ନଟ କରିଛନ୍ତି। ମୃତଦେହ ନିକଟରେ ମୃତକ ବ୍ୟବହାର କରିଥିବା ଗୋଟିଏ ବାଇକ ମଧ୍ୟ ରହିଛି ଓ ଆଖ ପାଖରେ ଭଙ୍ଗା ବିୟର ବୋତଲ ଓ କାଠ ଖଣ୍ଡ ପଡିଛି। ଏ ସମ୍ପର୍କରେ ଖବର ପାଇ ମନମୁଣ୍ଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାଠ ଫାଳିଆ ଓ ମଦ ବୋତଲରେ କପିଲକୁ ଆକ୍ରମଣ କରି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ପୁଲିସ ସୁଚନା ଦେଇଛି। ଏକ ବାଇକ, କାଠ ଫାଳିଆ ଓ ଭଙ୍ଗା ମଦ ବୋତଲକୁ ଜବତ କରି ତଦନ୍ତ ଜାରି ରହିଛି। କିଏ ଓ କାହିଁକି କପିଳଙ୍କୁ ହତ୍ୟା କଲା ଏବେ ଅଞ୍ଚଳବାସୀଙ୍କ ପାଇଁ ବଡ଼ ପ୍ରଶ୍ନ ସୃଷ୍ଟି କରିଛି।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ