ରଥଖଳାରେ ଚକ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା। ପରମ୍ପରା ଅନୁସାରେ ଆଜି ଭଉଁରୀ ତିଥିରେ ରଥଖଳାରେ ଚକ ଡେରା ନୀତି ସଂପନ୍ନ ହୋଇଛି। ୩ଟି ରଥର ଚକ ସହ ଅଖ ସଂଯୋଗ ହୋଇଛି। ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିଥିଲେ। ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯାଇଛି । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ତିନିବାଡର ପୂଜାପଣ୍ଡା ସକାଳଧୂପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିଥିଲେ । ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିଥିଲା । ଭୋରୁ ସିଂହଦ୍ଵାର ଫିଟାଯାଇ ମଙ୍ଗଳ ଆଳତୀ, ମଇଲମ, ଅବକାଶ ଇତ୍ୟାଦି ନୀତି ବଢି ସକାଳଧୂପ ଶେଷ ପରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା । ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି । ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଶ୍ରୀମନ୍ଦିର, ଶ୍ରୀମନ୍ଦିର କାର୍ୟ୍ୟାଳୟ ଓ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି ।

  • Related Posts

    ଘୂର୍ଣ୍ଣିବଳୟ ସକ୍ରିୟ : ୧୩ରେ ଲଘୁଚାପ

    ଭୁବନେଶ୍ବର : ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୧ ତାରିଖ ବେଳକୁ ଏହା ଆଣ୍ଡାମାନସାଗର ମଧ୍ୟକୁ ପ୍ରବେଶ କରିପାରେ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ…

    Continue reading
    ୧୧ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ: ୫ଜଣଙ୍କ କାଏମ

    ଦେବଗଡ଼:୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ହେଉଛି।ଯାହାକୁ ନେଇ ବର୍ତ୍ତମାନ ଦେବଗଡ ଜିଲ୍ଲାର ବିଭିନ୍ନ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇପଡିଛି।ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଥିବା‌ବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ