ପୁରୀ: ଚଳିତ ଥର ରଥଯାତ୍ରା ପାଇଁ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ରାଜ୍ୟ ଆଇନ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ଏହି ସହାୟତା ମିଳିବ । ସହାୟତା ପାଇଁ ଅନେକ ଆବେଦନ ଆସିଥିବା ବେଳେ ତାହାକୁ ନେଇ ବିଚାର କରାଯାଉଛି । ଯେଉଁମାନେ ଆବେଦନ କରିନାହିଁନ୍ତି ସେମାନଙ୍କ ପାଇଁ ମଧ୍ୟ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ
ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…








