ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ : ପୁରୀ ଗସ୍ତରେ ଆସି ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ବିଷୟରେ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।ଜୁନ୍ ୨୭ରେ ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ରଥଯାତ୍ରାକୁ କିଭଳି ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରାଯାଇପାରିବ ସେନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ମୁଖ୍ୟ ଶାସନ ସଚିବ ଶ୍ରୀମନ୍ଦିର କାର୍ୟ୍ୟାଳୟ ଠାରେ ପହଞ୍ଚିବା ପରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ତାଙ୍କୁ ସ୍ବାଗତ କରିଥିଲେ । ମୁଖ୍ୟ ଶାସନ ସଚିବ ରଥ ନିର୍ମାଣ କାର୍ୟ୍ୟର ସମୀକ୍ଷା କରିବା ସହ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କ ସହ ଆଲୋଚନା କରିଥିଲେ । ତେବେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଚଳିତ ବର୍ଷ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଆୟୋଜନ ହେବ । ରଥଯାତ୍ରା ପାଇଁ ପ୍ରଶାସନିକ ସ୍ତରରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ତିନି ରଥର ନିର୍ମାଣ କାର୍ୟ୍ୟକୁ ଦ୍ରୁତ ଗତିରେ ଆଗେଇ ନେଉଛନ୍ତି ସମସ୍ତ ନିର୍ମାଣକାରୀ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି । ସେହିପରି ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଚାଲିଥିବା ସମସ୍ତ ଚିତ୍ର କାର୍ୟ୍ୟ ମଧ୍ୟ ମୁଖ୍ୟ ଶାସନ ସଚିବ ବୁଲି ଦେଖିଥିଲେ । ମହାପ୍ରଭୁଙ୍କର ଆଶୀର୍ବାଦରୁ ଚଳିତ ବର୍ଷ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଆୟୋଜନ ହେବ ବୋଲି ଆଶା ରଖିଛନ୍ତି ମୁଖ୍ୟ ଶାସନ ସଚିବ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ