ରଥଯାତ୍ରା ସୁପରିଚାଳନା ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠିତ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଘୋଷ ଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାର ମନ୍ତ୍ରିସ୍ତରୀୟ କମିଟି ଗଠନ କରିଛନ୍ତି। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ୪ ଜଣ ମନ୍ତ୍ରୀ ସଦସ୍ୟ ରହିଛନ୍ତି। କମିଟିରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସଦସ୍ୟ ରହିଛନ୍ତି। ସେହିପରି ଆଇନ ବିଭାଗ ପ୍ରମୁଖ ସଚିବ ଏହାର ଆବାହକ ଦାୟିତ୍ବ ନିର୍ବାହ କରିବେ।ଶୁକ୍ରବାର ଆଇନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରୀସ୍ତରରେ ରଥଯାତ୍ରାର ପ୍ରତିଟି ପ୍ରକ୍ରିୟା ଉପରେ କମିଟି ନଜର ରଖିବା ସହିତ ଆବଶ୍ୟକ ପରାମର୍ଶ ପ୍ରଦାନ କରିବ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ