ରାଇକିଆରେ ବିଶ୍ୱ ଯୋଗ ଦିବସ

ରାଇକିଆ: ବିଶ୍ୱ ଯୋଗ ଦିବସ ଅବସରରେ କନ୍ଧମାଳ ଜିଲ୍ଲାର ରାଇକିଆ ଅଞ୍ଚଳର ବିଭିନ୍ନ ସରକାରୀ, ଶିକ୍ଷାନୁଷ୍ଠାନ ଓ ସାମାଜିକ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ ଓ ଉଦ୍ଦୀପନାର ସହ ଯୋଗ ଦିବସ ପାଳନ କରାଯାଇଛି। ଏହି ଅବସରରେ ଯୋଗାଭ୍ୟାସ ମାଧ୍ୟମରେ ସୁସ୍ଥ ଜୀବନଶୈଳୀ ଅବଲମ୍ବନ କରିବା ପାଇଁ ସଚେତନତା ସୃଷ୍ଟି କରାଯାଇଥିଲା।
ରାଇକିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁଙ୍କ ନେତୃତ୍ୱରେ ଯୋଗ ପ୍ରଶିକ୍ଷକ ଗଙ୍ଗା ଭାଇ ଙ୍କ ପ୍ରଶିକ୍ଷଣ ରେ ଆୟୋଜିତ ଯୋଗ ଶିବିରରେ ପଂଚାୟତ ସମିତି ଅଧକ୍ଷା ଶ୍ରୀମତୀ ରୀନା ପ୍ରଧାନ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଅଂଶଗ୍ରହଣ କରି ବିଭିନ୍ନ ଯୋଗାସନ ଓ ପ୍ରାଣାୟାମ ଅଭ୍ୟାସ କରିଥିଲେ।
ସେହିପରି ରାଇକିଆ ପଞ୍ଚାୟତ ପରିସରରେ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କ ନେତୃତ୍ୱରେ ଯୋଗ ଦିବସ ପାଳନ କରାଯାଇଥିଲା। ଏଥିରେ ନାୟବ ସରପଞ୍ଚ ନିଥିଏଲ ନାୟକ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବଶମ୍ଭୁ ଗୌଡ଼, ଭାଜପା ଜିଲ୍ଲା ଉପସଭାପତି ଝୁଲିମା ଦଳବେହେରା, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଲେଙ୍କା, ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ନାଗରିକ ମଞ୍ଚ ସଭାପତି ଦୁର୍ଯ୍ୟୋଧନ ଲେଙ୍କା, ୱାର୍ଡ ସଭ୍ୟ ମିହିର କୁମାର ମହାପାତ୍ର, ମିଟୁ ବିଶ୍ୱାଳ, ରାଜ କିଶୋର ପରିଛାଙ୍କ ସମେତ ସମସ୍ତ କର୍ମଚାରୀ ଏବଂ ଗ୍ରାମବାସୀ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ।
ଏହାବ୍ୟତୀତ ସ୍ଥାନୀୟ ଆଇଆରବି ଯବାନମାନେ ନିଜ କ୍ୟାମ୍ପ ପରିସରରେ ସାମୂହିକ ଭାବେ ଯୋଗାଭ୍ୟାସ କରି ବିଶ୍ୱ ଯୋଗ ଦିବସ ପାଳନ କରିଥିଲେ।
ସ୍ଥାନୀୟ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ନେତୃତ୍ୱ ରେ ଯୋଗ ଗୁରୁ ଗୌରୀଶଙ୍କର ପାତ୍ରଙ୍କ ପ୍ରଶିକ୍ଷଣ ରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଯୋଗଦେଇ ବିଭିନ୍ନ ଯୋଗାସନ ଅଭ୍ୟାସ କରିଥିଲେ।ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଇକିଆ ଠାରେ ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ମହାପାତ୍ରଙ୍କ ନେତୃତ୍ୱରେ ପିଇଟି ଶ୍ରୀ ଜଗନ୍ନାଥ ବେହେରାଙ୍କ ସମନ୍ୱୟରେ ଯୋଗ ଦିବସ ଆୟୋଜିତ ହୋଇଥିଲା।ଏହି ଯୋଗ କାର୍ଯ୍ୟକ୍ରମରେ ବିଦ୍ୟାଳୟର ୧୧୩ ଜଣ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷକ ଓ କର୍ମଚାରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।
ବିଶ୍ୱ ଯୋଗ ଦିବସ ଅବସରରେ ରାଇକିଆ ଅଞ୍ଚଳର ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମଗୁଡ଼ିକ ମାଧ୍ୟମରେ ଯୋଗର ଗୁରୁତ୍ୱ ଏବଂ ନିୟମିତ ଯୋଗାଭ୍ୟାସ ଦ୍ୱାରା ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରଖିବାର ବାର୍ତ୍ତା ପ୍ରଦାନ କରାଯାଇଥିଲା।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ