ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ ସ୍ପାର୍କ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଅମୀୟ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ପରିସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସ୍ବିଆଇ ରାଇକିଆ ଶାଖା ପରିଚାଳକ ଅମିତ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ମୁଖ୍ୟ ଅତିଥି ଶ୍ରୀ ସେଠୀ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି ଜୀବନରେ ଶୃଙ୍ଖଳା, ନିଷ୍ଠା ଓ କଠିନ ପରିଶ୍ରମର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ନିଜର ଲକ୍ଷ୍ୟ ନିର୍ଦ୍ଧାରଣ କରି ନିୟମିତ ଅଧ୍ୟୟନ ସହ ଦୃଢ଼ ମନୋବଳ ନେଇ ଆଗକୁ ବଢ଼ିଲେ ଛାତ୍ରଛାତ୍ରୀ ଜୀବନରେ ଉତ୍କର୍ଷ ହାସଲ କରିପାରିବେ ବୋଲି ସେ କହିଥିଲେ।
ଏହି ଅବସରରେ ବିଦ୍ୟାଳୟ ଅଧ୍ୟକ୍ଷ ଅମୀୟ କୁମାର ମହାପାତ୍ର ଆଦର୍ଶ ବିଦ୍ୟାଳୟର ଲକ୍ଷ୍ୟ, ଶିକ୍ଷାର ଗୁଣାତ୍ମକ ବିକାଶ ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ଛାତ୍ରଛାତ୍ରୀମାନେ ନିୟମିତ ଅଧ୍ୟୟନ ସହ ନିଜ ପ୍ରତିଭାର ବିକାଶ କରି ବିଦ୍ୟାଳୟ ତଥା ଅଞ୍ଚଳର ଗୌରବ ବୃଦ୍ଧି କରିବାକୁ ସେ ଆହ୍ବାନ ଦେଇଥିଲେ।
କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ-ଶିକ୍ଷୟିତ୍ରୀମାନେ ସକ୍ରିୟ ଭାବେ ଯୋଗଦେଇଥିଲେ। ପ୍ରତିଷ୍ଠା ଦିବସ ପାଳନକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା
ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ
ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…







