ରାଇକିଆ ଗ୍ରାମ ପଞ୍ଚାୟତରେ ବ୍ଲକ ସ୍ତରୀୟ ଜନଶୁଣାଣୀ : ୯୬ଟି ଅଭିଯୋଗର ଶୁଣାଣୀ

ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ଗ୍ରାମ ପଞ୍ଚାୟତ ସଭାଗୃହରେ ପଂଚାୟତ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୀଘ୍ର ସମାଧାନ ଉଦ୍ଦେଶ୍ୟରେ ଆୟୋଜିତ ଏହି ଜନଶୁଣାଣୀରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ ଏବଂ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଜନଶୁଣାଣୀରେ ମୋଟ ୯୬ଟି ଆବେଦନ ଓ ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୧୨ଟି ସାମୂହିକ ଏବଂ ୮୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ସାମୂହିକ ଅଭିଯୋଗଗୁଡ଼ିକ ରାସ୍ତା ନିର୍ମାଣ, ବାଦ ପଡ଼ିଥିବା ଭତ୍ତା ହିତାଧିକାରୀଙ୍କୁ ସାମିଲ କରିବା ଏବଂ ଅନ୍ତ୍ୟୋଦୟ ଯୋଜନାରେ ଯୋଗ୍ୟ ପରିବାରଙ୍କୁ ଅନ୍ତର୍ଭୁକ୍ତ କରିବା ଟାଉନ ହଲ ଏବଂ ଲକ୍ଷ୍ମୀସାଗର ପାର୍କ କାର୍ଯ୍ୟ ତ୍ୱରାନ୍ୱିତ ଭଳି ପ୍ରସଙ୍ଗ ସାମିଲ ଥିଲା। ବ୍ୟକ୍ତିଗତ ଅଭିଯୋଗଗୁଡ଼ିକ ମଧ୍ୟ ବିଭିନ୍ନ ସରକାରୀ ସେବା ଓ ସୁବିଧା ସମ୍ପର୍କିତ ଥିଲା।
ଶୁଣାଣୀ ସମୟରେ ଡ଼ଃ ସାହୁ କହିଥିଲେ ଯେ, ଲୋକଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରାଯିବ ଏବଂ ଜିଲ୍ଲାପାଳଙ୍କ ଅନୁମୋଦନ ସାପେକ୍ଷରେ ଆବଶ୍ୟକ କାର୍ଯ୍ୟକାରୀ ପଦକ୍ଷେପ ନିଆଯିବ। ସେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିଯୋଗଗୁଡ଼ିକର ଯଥାଶୀଘ୍ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଶାସନ ସାଧାରଣ ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ। ରାଇକିଆ ଲକ୍ଷ୍ମୀ ବଜାର ସ୍ଥିତ ଟାଉନ ହଲ ଏବଂ ଲକ୍ଷ୍ମୀସାଗର ପାର୍କର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପର୍କରେ ଉଠିଥିବା ଅଭିଯୋଗ ଉପରେ ମଧ୍ୟ ଡ଼ଃ ସବ୍ୟସାଚୀ ସାହୁ ବିଚାର କରିଥିଲେ। ଉକ୍ତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରି ସମ୍ପୂର୍ଣ୍ଣ କରାଯିବା ପାଇଁ ସମ୍ପୃକ୍ତ ବିଭାଗ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ଏନ ପଲ୍ଲବୀ,ସରପଞ୍ଚ ଗୀତାଞ୍ଜଳି ନାୟକ, ନାୟବ ସରପଞ୍ଚ ନିଥାଏଲ ନାୟକ, ଜିପିଡିଓ ମହେଶ ପଟ୍ଟନାୟକ, ପିଇଓ ଶିବ ଶମ୍ଭୁ ଗୌଡ଼, ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ, ଆର ଡବ୍ଲୁ ଏସ ଏସ ଯନ୍ତ୍ରୀ ମୋହନ ଭୂମିଜ,ଓ ଏଲ ଏମ ଜୟଦେବ ପ୍ରଧାନ,ଏଡିଓ ଗୌତମ ପ୍ରଧାନ, ଶ୍ରଦ୍ଧାଞ୍ଜଳି ଦିଗlଳ , ରାଜକିଶୋର ପରିଛା, ପ୍ରବୀଣ କୁମାର ଦିଗlଳ ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଓ ଉପସ୍ଥିତ ରହି ଜନଶୁଣାଣୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ରିପୋର୍ଟର : ଦ୍ୟୁତି କୃଷ୍ଣ ପଣ୍ଡା

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ