ରାଇକିଆ ମଣ୍ଡଳର ସାଂଗଠନିକ ବୈଠକ ଅନୁଷ୍ଠିତ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ଭାଜପା ମଣ୍ଡଳ ପକ୍ଷରୁ ଦଡିଙ୍ଗିଆ ପଂଚାୟତ ପିସେରାମା ଠାରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସଂଗଠନର ସୁଦୃଢୀକରଣ, ଆଗାମୀ କାର୍ଯ୍ୟକ୍ରମର ରୂପରେଖା ଏବଂ ଜନସାଧାରଣଙ୍କ ସହ ସଂପର୍କ ବୃଦ୍ଧି ନେଇ ବିସ୍ତୃତ ଆଲୋଚନା ହୋଇଥିଲା।ବୈଠକରେ କନ୍ଧମାଳ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ ମଣ୍ଡଳ ସାଧାରଣ ସମ୍ପାଦକ ସନକ ଦିଗଳ, ଦିପ୍ତୀରଞ୍ଜନ ପ୍ରଧାନ, ଜିଲ୍ଲା ଉପସଭାପତି ଝୁଲିମା ଦଳବେହେରା, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ସନ୍ତୋଷ ଲେଙ୍କା, ଏବଂ ଜିଲ୍ଲା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ, ଯୁବ ମୋର୍ଚ୍ଚା ସଭାପତି ଧରଣୀଧର କଂହର, ଅଭିମନ୍ୟୁ ପଣ୍ଡା, ଦୀପକ ମହାରଣା, ବାଦଲ ସାହୁ, ନାରାୟଣ ଆଚାର୍ଯ୍ୟ, ଅରୁଣ କୁମାର ପଣ୍ଡା, ରଜତ ଘଡେଇ, ଜିତେନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ସକ୍ରିୟ କରିବା, ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ଉପରେ ମତ ରଖିଥିଲେ।
ବକ୍ତାମାନେ କହିଥିଲେ ଯେ, ସଂଗଠନର ଶକ୍ତି ହେଉଛନ୍ତି କାର୍ଯ୍ୟକର୍ତ୍ତା। ସେମାନଙ୍କର ନିଷ୍ଠା ଓ ପରିଶ୍ରମ ବଳରେ ଦଳ ଆହୁରି ମଜବୁତ ହେବ। ଆଗାମୀ ଦିନରେ ବୁଥ୍ ସ୍ତରରେ ସଂଗଠନକୁ ସଶକ୍ତ କରିବା ସହ ଜନସାଧାରଣଙ୍କ ସମସ୍ୟା ସମାଧାନ ପାଇଁ ସମସ୍ତେ ଏକତ୍ର ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।
ଶେଷରେ ଉପସ୍ଥିତ କାର୍ଯ୍ୟକର୍ତ୍ତାମାନେ ସଂଗଠନର ବିଭିନ୍ନ ପ୍ରସଙ୍ଗ ଉପରେ ମତାମତ ରଖିଥିଲେ ଏବଂ ଆଗାମୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ