ରାଉଣ୍ଡ ୧୨: ବିଜେପି ୫୯୩୬୬, ବିଜେଡି ୧୯୦୫୩ , କଂଗ୍ରେସ ୧୭୪୩୭

ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବର୍ତ୍ତମାନର ଟ୍ରେଣ୍ଡ ଅନୁସାରେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ବଡ଼ ବିଜୟ ମୁଖେ ଅଗ୍ରସର ହେଉଛନ୍ତି । ରାଉଣ୍ଡ-୧୨ ସୁଦ୍ଧା ବିଜେପି ୪୦ ହଜାର ୩୧୩ଟି ଭୋଟରେ ଆଗୁଆ ଅଛି । ରାଉଣ୍ଡ-୧୨ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୫୯୩୬୬ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୯୦୫୩ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୧୭୪୩୭ଟି ଭୋଟ ମିଳିଛି ।

କିଏ ମାରିବ ନୂଆପଡ଼ା ବାଜି। ନୂଆପଡ଼ାରେ କିଏ ପିନ୍ଧିବ ବିଜୟ ମୁକୁଟ? ଫଳାଫଳ ଉପରେ ରହିଛି ନେତାଠୁ ଜନତା ସଭିଙ୍କ ନଜର । ଆଜି ୧୪ଟି ଟେବୁଲରେ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଚାଲିଛି । ବିଜୟ ପାଇଁ ବିଜେପି, ବିଜେଡ଼ି ଓ କଂଗ୍ରେସ ଜୋରଦାର କସରତ କରିଛନ୍ତି । ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯିବ । ବିଜେପି, ବିଜେଡ଼ି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ । ପ୍ରଚାର ପାଇଁ ୩ ପ୍ରମୁଖ ଦଳର ରାଜ୍ୟସ୍ତରୀୟ ନେତା ମାସେ ହେଲା ନୂଆପଡ଼ାରେ ଡେରା ପକାଇଥିଲେ ।

  • Related Posts

    assembly odisha ଖୁବ୍‌ଶୀଘ୍ର ବିଧାନସଭା ମୌସୁମି ଅଧିବେଶନ; ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ

    ଭୁବନେଶ୍ବର: ଖୁବ୍‌ଶୀଘ୍ର ବସିବାକୁ ଯାଉଥିବା ଓଡ଼ିଶା ବିଧାନସଭାର ମୌସୁମି ଅଧିବେଶନରେ ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ ରହିଛି। ସେଗୁଡ଼ିକ ମଧ୍ୟରୁ ଏମ୍‌ଏମ୍‌ଡିଆର ସଂଶୋଧନ ବିଧେୟକକୁ ନେଇ ବିଧାନସଭା ହୁଲସ୍ତୁଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏମ୍‌ଏମ୍‌ଡିଆର…

    Continue reading
    politics for mmdr ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

    ଭୁବନେଶ୍ୱର: ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ତେଣୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ