ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ ଚୂଡ଼ାନ୍ତ ତାଲିକାରେ ଆସିଥିବ, ସେହି ଯୋଗ୍ୟ ହିତାଧିକାରୀମାନେ ମଧ୍ୟ ଏହି ପର୍ଯ୍ୟାୟରେ ଆର୍ଥିକ ସହାୟତା ପାଇବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ୨୫ ଜୁଲାଇ ସୁଦ୍ଧା ଜିଲ୍ଲା ସ୍ତରରୁ ଯେଉଁ ନାମଗୁଡ଼ିକ ଅନୁମୋଦନ ପାଇ ସରକାରଙ୍କ ନିକଟକୁ ପହଞ୍ଚିଥିବ, ସେହି ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସିଧାସଳଖ ଟଙ୍କା ପଠାଯିବ। ଏହା ଫଳରେ ଅପେକ୍ଷାରେ ଥିବା ଅନେକ ମହିଳା ଉପକୃତ ହେବେ।

ସୁଭଦ୍ରା ଯୋଜନା ଓଡ଼ିଶା ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ମହିଳା କଲ୍ୟାଣ ଯୋଜନା। ଏହା ମାଧ୍ୟମରେ ଯୋଗ୍ୟ ମହିଳାମାନଙ୍କୁ ପର୍ଯ୍ୟାୟକ୍ରମେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି, ଯାହା ସେମାନଙ୍କ ଆର୍ଥିକ ସଶକ୍ତିକରଣ ଓ ଆତ୍ମନିର୍ଭରଶୀଳତାକୁ ବୃଦ୍ଧି କରିବାରେ ସହାୟକ ହେଉଛି। ଏହି ଯୋଜନାରେ ଯୋଗ୍ୟ ମହିଳାମାନଙ୍କୁ ପ୍ରତିବର୍ଷ ୫ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି।ପ୍ରତିବର୍ଷ ପ୍ରଥମକିସ୍ତି ରକ୍ଷାବନ୍ଧନ ଦିବସରେ ଓ ଦ୍ବିତୀୟ କିସ୍ତି ଆନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    କୁଆଖାଇରେ ଭାସିଗଲେ ୨ ଯୁବକ, ଜଣେ ଉଦ୍ଧାର

    ଭୁବନେଶ୍ବର: କୁଆଖାଇ ନଦୀରେ ଗାଧୋଇବା ବେଳେ ବୁଡିଯାଇ ଭାସିଗଲେ ୨ ଯୁବକ। ସେମାନଙ୍କ ମଧ୍ୟରୁ ଜଣେ ଯୁବକଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ଉଦ୍ଧାର ଯୁବକ ଜଣକ ହେଲେ ଧଉଳି ଅଞ୍ଚଳ ରୁଦ୍ର ସ୍ବାଇଁ । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ