ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ।
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟରେ କେମିତି ଜନଗଣନା ଚାଲିଛି ସେନେଇ ବୈଠକ ଡାକି ଆଲୋଚନା କରିଛନ୍ତି। ଜନଗଣନା ସମନ୍ୱୟ କମିଟିର ଦ୍ଵିତୀୟ ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ। ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ଉଭୟ ମୁଖ୍ୟ ଶାସନ ସଚିବ ଓ ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି।

ଏପ୍ରିଲ ୧ରୁ ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ଡିଜିଟାଲ ମାଧ୍ୟମରେ ନିଜେ ନିଜେ ଜନଗଣନା କରିପାରିବେ ଜନତା । ଜଣଗଣନାରେ ତଥ୍ୟ ଗୋପନୀୟ ରହିବ । ଜନଗଣନା ପାଇଁ ସରକାର ୩୩ଟି ପ୍ରଶ୍ନ ତିଆରି କରିଛନ୍ତି । ଘର, ପରିବାର, ପରିବାରର ମୁଖ୍ୟ, ଗାଡି, ଜମିବାଡ଼ି, LPG ପ୍ରମୁଖ ତଥ୍ୟ ସରକାରଙ୍କୁ ଦିଆଯିବ। ଜାତିଗତ ତଥ୍ୟକୁ ମଧ୍ୟ ଜନଗଣନାରେ ସାମିଲ କରାଯାଇଛି। ୧୫ ଦିନ ଯାଏଁ ଡିଜିଟାଲ୍ ମାଧ୍ୟମରେ ଜନଗଣନା ହେବ? ୧୬ ତାରିଖ ଠାରୁ ଅଧିକାରୀମାନେ ଘରକୁ ଘର ଯାଇ ଜନଗଣନା କରିବେ।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ