ରାଜ୍ୟରେ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର: ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ବର୍ଷା ପାଗ ସତ୍ତେ୍ୱ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୪ ବା ୧୫ ତାରିଖ ବେଳକୁ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେବ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ତେବେ ୧୫ ତାରିଖ ପରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ଗତ ୨୪ ଘଣ୍ଟାରେ ଜଗତ୍‌ସିଂହପୁର ଓ ପୁରୀରେ ସ୍ୱଳ୍ପ ବର୍ଷା ହୋଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ