ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ୨୦ରେ ଭୋଟ୍‌

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ