ରାଜ୍ୟସ୍ତରୀୟ ପରେଡ୍‌ରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ଚଳିତ ବର୍ଷ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ଲୋକ ଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ସାଧାରଣତନ୍ତ୍ର ଦିବସ-୨୦୨୬ରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍‌ରେ ଶ୍ରେଷ୍ଠ ବିବେଚିତ ବିଭିନ୍ନ କଣ୍ଟିଜେଣ୍ଟ ଓ ପ୍ରଜ୍ଞାପନ ମେଢ଼କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ ସହ ସମ୍ବର୍ଦ୍ଧିତ କରିବେ। ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବସ୍ଥଳରେ ସଫେଇ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିସନରେଟ୍‌ ପୁଲିସ ପକ୍ଷରୁ ପରିଚାଳନା କରାଯିବ। ଏହି ବୈଠକରେ ବିଭାଗୀୟ ନିର୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦେଶକ(ବୈଷୟିକ) ଗୁର୍‌ବୀର୍‌ ସିଂ, ଅତିରିକ୍ତ ସଚିବ ଅଶୋକ କୁମାର ବେଉରିଆ, ଅତିରିକ୍ତ ନିର୍ଦେଶକ ସ୍ମିତା କର, ଯୁଗ୍ମ ନିର୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ