ରାଜ୍ୟ କ୍ୟାବିନେଟ:ଶିକ୍ଷକଙ୍କ ପାଇଁ ନୂଆ ସେବା ନିୟମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇ ଓଡ଼ିଶା କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ ଯୋଜନା, OSCMF ଓ OSSC ପାଇଁ ୧,୩୬୦ କୋଟି କର୍ପସ ଫଣ୍ଡ, ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ ଓ କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି ।
ରାଜ୍ୟର ସରକାରୀ ମାଧ୍ୟମିକ ଶିକ୍ଷକଙ୍କ ନିଯୁକ୍ତି ଓ ସେବା ସର୍ତ୍ତାବଳୀକୁ ସୁବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ନୂଆ ନିୟମାବଳୀ ‘ଓଡ଼ିଶା ମାଧ୍ୟମିକ ଶିକ୍ଷା (ନିଯୁକ୍ତି ପ୍ରଣାଳୀ ଓ ସେବା ସର୍ତ୍ତାବଳୀ) ନିୟମାବଳୀ, ୨୦୨୬’ ପ୍ରଣୟନ କରିଛନ୍ତି । ଏହା ଦ୍ୱାରା ନିଯୁକ୍ତି ମାନଦଣ୍ଡରେ ସମାନତା ଆଣିବା ସହ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ରାଜ୍ୟ କ୍ୟାଡର ମାନ୍ୟତା ଏବଂ ପଦୋନ୍ନତିର ସୁଯୋଗ ମିଳିବ । ନୂଆ ନିୟମ ୧୯୯୩ର ପୁରୁଣା ସେବା ନିୟମାବଳୀକୁ ବଦଳାଇବ ।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି