ରାଜ୍ୟ କ୍ୟାବିନେଟ: ସହରାଞ୍ଚଳରେ ଜଳ ନିଷ୍କାସନ ପାଇଁ ୫୦୦ କୋଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇ ଓଡ଼ିଶା କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ ଯୋଜନା, OSCMF ଓ OSSC ପାଇଁ ୧,୩୬୦ କୋଟି କର୍ପସ ଫଣ୍ଡ, ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ ଓ କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି ।

ରାଜ୍ୟର ସହରାଞ୍ଚଳରେ ଜଳବନ୍ଦୀ ଓ ସ୍ଥାନୀୟ ବନ୍ୟା ସମସ୍ୟାର ସମାଧାନ ପାଇଁ ୫୦୦ କୋଟି ଟଙ୍କାର ‘ସହରାଞ୍ଚଳ ବର୍ଷାଜଳ ନିଷ୍କାସନ ପରିଚାଳନା ଓ ଉନ୍ନତିକରଣ କାର୍ଯ୍ୟକ୍ରମ’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ୨୦୨୬-୨୭ରୁ ୨୦୩୦-୩୧ ଆର୍ଥିକ ବର୍ଷ ମଧ୍ୟରେ ୫ ବର୍ଷ ପାଇଁ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପୌରାଞ୍ଚଳ ଓ ଚୟନିତ ବ୍ଲକ ମୁଖ୍ୟାଳୟରେ ଡ୍ରେନ ସଫେଇ, ଆର୍‌ସିସି ଡ୍ରେନ ନିର୍ମାଣ, ଡ୍ରେନ ଆଚ୍ଛାଦନ ଏବଂ ପ୍ରାକୃତିକ ଜଳ ନିଷ୍କାସନ ପଥର ପୁନରୁଦ୍ଧାର କରାଯିବ । ଏହା ଦ୍ୱାରା ଜଳବନ୍ଦୀ ସମସ୍ୟା ହ୍ରାସ ପାଇବା ସହ ଭୂତଳ ଜଳସ୍ତର ବୃଦ୍ଧି ଓ ସହରାଞ୍ଚଳର ସୁରକ୍ଷା ଦିଗରେ ସହାୟତା ମିଳିବ ।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ