ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ରାଜ୍ୟ ଯୋଗାଣ ନିଗମର ୪୭ତମ ପ୍ରତିଷ୍ଠା ଦିବସ ଆଜି ନିଗମ ପରିସରରେ ପାଳିତ ହୋଇଯାଇଛି । ୧୯୮୦ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ନଗମ ଏହାର ଯାତ୍ରା ବଜାୟ ରଖିଛି । କୃଷକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରି ଅନେକ ପ୍ରଶଂସା ମଧ୍ୟ ସାଉଁଟିଛି । ଆଜି ଅନୁଷ୍ଠିତ ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଗମର କାର୍ଯ୍ୟଧାରାର ଭୂୟସୀ ପ୍ରଶଂସା କରିଥିଲେ । ଚାଷୀମାନଙ୍କ ଧାନ ସଂଗ୍ରହଠାରୁ ଆରମ୍ଭ କରି ସେମାନଙ୍କ ପ୍ରାପ୍ୟ ପ୍ରଦାନରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛି । ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଠିକଣା ସମୟରେ ରାସନ ସାମଗ୍ରୀ ପ୍ରଦାନ କରିବାରେ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଲେ ଯେ ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଆଧାର ଆଧାରିତ ପଞ୍ଜିକରଣଠାରୁ ଆରମ୍ଭ କରି ଠିକଣା ସମୟରେ ଧାନ ସଂଗ୍ରହ ଓ ଦେଶରେ ପ୍ରମୁଖ ରାଜ୍ୟ ଭାବେ ଧାନକିଣାର ୪୮ ଘଣ୍ଟା ମଧ୍ୟରେ ଚାଷୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରି ଉଦାହରଣ ସୃଷ୍ଟି କରିଛି ବୋଲି ସେ ଉଲ୍ଲେଖ କରିଛନ୍ତି ।

ସେହିଭଳି ଭାରତୀୟ ଖାଦ୍ୟ ନିଗମର ସାଧାରଣ ପରିଚାଳକ ଶ୍ରୀ ନିହାର ରଞ୍ଜନ ପ୍ରଧାନ ଓ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଶ୍ରୀକାନ୍ତ ବେହୁରା ପ୍ରମୁଖ ନିଗମର କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ ବିଭାଗୀର ମାସିକ ସଂକ୍ଷିପ୍ତ ପୁସ୍ତିକା ‘ଯୋଗାଣ ଦର୍ପଣ’ ଉନ୍ମୋଚନ କରାଯାଇଥିବାବେଳେ ଗତ ବର୍ଷକ ମଧ୍ୟରେ ନିଗମରୁ ଅବସର ଗ୍ରହଣ କରିଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ନିଗମର ଅର୍ଥ ସାଧାରଣ ପରିଚାଳକ ଶ୍ରୀ ବିବେକାନନ୍ଦ ଦାସ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ସାଧାରଣ ପରିଚାଳକ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ନିଗମ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକାରୀ ଓ କର୍ମଚାରୀମାନେ ଉପଭୋଗ କରିଥିଲେ ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସାଧାରଣ ପରିଚାଳକ ଶ୍ରୀମତୀ ଏଲୋରା ସାମଲ, ପ୍ରଣତି ପ୍ରିୟଦର୍ଶିନୀ, ବିତ୍ତ ପରାମର୍ଶଦାତା ଶ୍ରୀ ଦେବରାଜ ମଣ୍ଡଳଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ପିଲାମାନଙ୍କ ମଧୁମେହ ଲକ୍ଷଣ

    ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ଆପଣଙ୍କ ପିଲା ଶୀଘ୍ର ଥକିଯାଉଛି, ବାରମ୍ବାର ପରିସ୍ରା କରିବାକୁ ଯାଉଛି, ଅତ୍ୟଧିକ ଶୋଷିଲା ଅନୁଭବ କରୁଛି, ତେବେ ସେ ମଧୁମେହର ପ୍ରାରମ୍ଭିକ ପର୍ୟ୍ୟାୟରେ ରହିଛି। ଯଦି ପିଲାଟି ମୋଟା ଅଛି ଏବଂ ଏହି ଲକ୍ଷଣ ଦେଖାଦେଉଛି,…

    Continue reading
    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ